www.samajalive.in
Monday, December 15, 2025
27.1 C
Bhubaneswar

‘ମନ୍‌ କି ବାତ୍‌’ରେ ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ମହାନ୍ତିଙ୍କ ପ୍ରଶଂସା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ୍‌ କି ବାତ୍‌’ର ୯୯ତମ ସଂସ୍କରଣରେ ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ମହାନ୍ତିଙ୍କ ପ୍ରଶଂସା କରିଛନ୍ତି। ଆଇୟୁପିଏସି ୨୦୨୩ ପୁରସ୍କାର ପାଇଥିବା ଦେଶର ପ୍ରଥମ ମହିଳା ଜ୍ୟୋତିର୍ମୟୀ ମହାନ୍ତିଙ୍କ ସଫଳତା କଥା ଉଲ୍ଲେଖ କରିଛନ୍ତି ମୋଦୀ।

ପ୍ରଧାନମନ୍ତ୍ରୀ କହିଛନ୍ତି, ଆଜି ଏକ ନୂତନ ଦୃଷ୍ଟିକୋଣ‌ ନେଇ ଆବିର୍ଭାବ ହେଉଥିବା ଭାରତର ଭବିଷ୍ୟତ କ୍ଷେତ୍ରରେ ମହିଳା ଶକ୍ତିର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି। କେମିଷ୍ଟ୍ରି ଏବଂ କେମିକାଲ୍‌ ଇଞ୍ଜିନିୟରିଂ କ୍ଷେତ୍ରରେ ‘ଭାବା ଆଟୋମିକ୍‌ ରିସର୍ଚ୍ଚ ସେଣ୍ଟର୍‌’ର ମହିଳା ବୈଜ୍ଞାନିକ ଜ୍ୟୋତିର୍ମୟୀ ମହାନ୍ତି ‘ଆଇୟୁପିଏସି’ ବିଶେଷ ପୁରସ୍କାର ପାଇଛନ୍ତି। ଏହା ଦେଶ ପାଇଁ ଗୌରବର ବିଷୟ।

- Advertisement -

ସେ ଆହୁରି କହିଛନ୍ତି, ପ୍ରଯୋଜକ ଗୁନୀତ୍‌ ମୋଙ୍ଗା ଏବଂ ନିର୍ଦେଶିକା କାର୍ତିକୀ ଗନ୍‌ସାଲ୍‌ବେସ୍‌ ପ୍ରାମାଣିକ ଚଳଚ୍ଚିତ୍ର ‘ଦି ଏଲିଫ୍ୟାଣ୍ଟ୍‌ ହ୍ବିସ୍‌ପରର୍ସ’ ପାଇଁ ଓସ୍କାର୍‌ ଜିତି ଦେଶକୁ ଗୌରବାନ୍ବିତ କରିଛନ୍ତି। ନିକଟରେ ବନ୍ଦେ ଭାରତ ଟ୍ରେନ୍‌ ଚଳାଇଥିବା ଏସିଆର ପ୍ରଥମ ମହିଳା ଲୋକୋ ପାଇଲଟ୍‌ ସୁରେଖା ଯାଦବଙ୍କ କଥା ମଧ୍ୟ ଉଲ୍ଲେଖ କରି ମହିଳାମାନେ ସବୁ କ୍ଷେତ୍ରରେ ସାମର୍ଥ୍ୟ ପ୍ରତିପାଦନ କରୁଛନ୍ତି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

 

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories