www.samajalive.in
Saturday, December 6, 2025
19.1 C
Bhubaneswar

ସାଉଦି ରାଜାଙ୍କୁ ଭେଟିଲେ ମୋଦୀ

ନୂଆଦିଲ୍ଳୀ: ଜି୨୦ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସାଉଦୀ ଆରବ ରାଜା ମହମ୍ମଦ ବିନ୍‍ ସଲ୍‍ମନ୍‍ଙ୍କ ସହିତ ସାକ୍ଷାତ ଆଲୋଚନା କରିଛନ୍ତି। ଦୁଇ ଦେଶର ଅର୍ଥନୈତିକ, ବୈଷୟିକ ଜ୍ଞାନକୌଶଳ, ଅକ୍ଷୟ ଶକ୍ତି, ଖାଦ୍ୟ ସୁରକ୍ଷା ଓ ସାଂସ୍କୃତିକ ସହଯୋଗ ବୃଦ୍ଧି ପ୍ରସଙ୍ଗରେ ଦୁଇ ନେତାଙ୍କ ମଧ୍ୟରେ ଆଲୋଚନା ହୋଇଥିବା ଜଣାପଡ଼ିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟ୍ୱିଟ୍‍ କରି ଏହି ସୂଚନା ଦେଇଛନ୍ତି। ସାଉଦୀ ସାମ୍ବାଦିକ ମୃତ୍ୟୁ ମାମଲାରେ ସାଉଦୀ ରାଜାଙ୍କ ଭୂମିକା ବିବାଦୀୟ ହୋଇଥିବା ବେଳେ ମୋଦୀଙ୍କ ସାକ୍ଷାତ ଆଲୋଚନାକୁ ଗୁରୁତ୍ୱ ଦିଆଯାଉଥିଲା।

ଏହାପରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟର୍ସଙ୍କୁ ଭେଟିଛନ୍ତି। ଜିି୨୦ ସମ୍ମିଳନୀ ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ, ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେ ଓ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ ତ୍ରିପାକ୍ଷିକ ବୈଠକ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। ବିଶେଷକରି ଏସୀୟ-ପ୍ରଶାନ୍ତ ମହାସାଗର ଅଞ୍ଚଳରେ ଚୀନ୍‍ର ଆଧିପତ୍ୟ ନେଇ ଏହି ବୈଠକରେ ଆଲୋଚନା କରାଯିବ ବୋଲି ଜଣାପଡ଼ିଛି। ଏଥିସହିତ ଚୀନ୍‍ ରାଷ୍ଟ୍ରପତି ସି ଜିନ୍‍ପିଙ୍ଗ ଓ ଜର୍ମାନୀ ଚାନ୍ସଲେର ଆଞ୍ଜେଲା ମେର୍କେଲଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଭେଟିବାର କାର୍ଯ୍ୟକ୍ରମ ରହିଛି।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories