www.samajalive.in
Saturday, December 13, 2025
26.1 C
Bhubaneswar

ଆମେରିକା​‌ରେ ପ୍ରଧାନମନ୍ତ୍ରୀ ମୋଦୀ: ଆଜି ରାଷ୍ଟ୍ରପତି ଟ୍ରମ୍ପଙ୍କ ସହ ଦ୍ଵିପାକ୍ଷିକ ଆଲୋଚନା

ନୂଆଦିଲ୍ଲୀ : ଦୁଇ ଦିନିଆ ଆମେରିକା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଓ୍ବାଶିଂଟନ୍ ଡିସିରେ ପହଞ୍ଚିଛନ୍ତି ଭାରତର ପ୍ରଧାନମନ୍ତ୍ରୀ। ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ସେଠାରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଦିଆଯାଇଛି। ବ୍ଲେୟାର୍ ହାଉସରେ ପ୍ରବାସୀ ଭାରତୀଙ୍କୁ ଭେଟିଛନ୍ତି। ଫ୍ରାନ୍ସ ଗସ୍ତ ସାରି ଆମେରିକାରେ ପହଞ୍ଚିଥିବା ମୋଦୀ ଆଜି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଆଲୋଚନା ବେଳେ ପ୍ରତିରକ୍ଷା, ବାଣିଜ୍ୟ ସମ୍ପର୍କ ବୃଦ୍ଧି, ଅନୁପ୍ରବେଶକାରୀଙ୍କୁ ଦେଶରୁ ବିତାଡିତ ପ୍ରସଙ୍ଗ ଉଠାଇପାରେ ଭାରତ। ଭାରତ ଆମେରିକା କୂଟନୀତି ସମ୍ପର୍କକୁ ଅଧିକ ମଜବୁତ୍ କରିବା ଦିଗରେ ମୋଦୀଙ୍କର ଏହି ଗସ୍ତ ବେଶ୍ ଗୁରୁତ୍ଵ ବହନ କରୁଛି। ସେପଟେ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ବେଶ୍ ଉତ୍ସାହିତ ଅଛନ୍ତି ଆମେରିକାରେ ରହୁଥିବା ଭାରତୀୟ ସମୁଦାୟ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories