www.samajalive.in
Saturday, December 6, 2025
19.1 C
Bhubaneswar

ୟୁକ୍ରେନରେ ପହଞ୍ଚିଲେ ମୋଦୀ, ଜେଲେନ୍‌ସ୍କିଙ୍କ ସହିତ କରିବେ ଦ୍ଵିପାକ୍ଷିକ ଆଲୋଚନା

ସମାଜ ଡିଜିଟାଲ ଡେସ୍କ: ପୋଲାଣ୍ଡ ଗସ୍ତ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୟୁକ୍ରେନ ଗସ୍ତରେ ଯାଇ ଶୁକ୍ରବାର କିଭ୍‌ରେ ପହଞ୍ଚିଛନ୍ତି। ସେଠାରେ ତାଙ୍କୁ ଭବ୍ୟ ସ୍ଵାଗତ କରାଯାଇଥିଲା। ପ୍ରଧାନମନ୍ତ୍ରୀ କିଭ୍‌ କେନ୍ଦ୍ରୀୟ ରେଳ ଷ୍ଟେସନରେ ପହଞ୍ଚିବା ପରେ ୟୁକ୍ରେନର ପଦାଧିକାରୀମାନେ ତାଙ୍କୁ ସ୍ଵାଗତ କରିଥିଲେ। ଏହା ସହିତ ୟୁକ୍ରେନରେ ରହୁଥିବା ଭାରତୀୟ ସମ୍ପ୍ରଦାୟଙ୍କ ପକ୍ଷରୁ ମଧ୍ୟ ମୋଦୀଙ୍କୁ ସ୍ଵାଗତ କରାଯାଇଥିଲା।


ପରେ ପ୍ରଧାନମନ୍ତ୍ରୀ ସେଠାରୁ କିଭ୍‌ସ୍ଥିତ ଏଭି ଫୋମିନ ବଟାନିକାଲ ଗାର୍ଡେନ ଯାଇ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଏହା ପରେ ମୋଦୀ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଦିମିର ଜେଲେନ୍‌ସ୍କିଙ୍କ ମଧ୍ୟରେ ମାରିନ୍‌ସ୍କି ପାଲେସରେ ଦ୍ଵିପାକ୍ଷିକ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ଦୁଇ ରାଷ୍ଟ୍ର ନେତାଙ୍କ ମଧ୍ୟରେ ଦ୍ଵିପାକ୍ଷିକ ସହଯୋଗ ସମେତ ଅନେକ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇପାରେ।

- Advertisement -

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories