www.samajalive.in
Tuesday, December 9, 2025
15.1 C
Bhubaneswar

ବାଲେଶ୍ବର ଜିଲ୍ଲା ହସ୍ପିଟାଲରେ ଗୁରୁତର ଓ ଆହତଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ଡେସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଅପରାହ୍ଣରେ ବାହାନଗା ଦୁର୍ଘଟଣାରେ ଗୁରୁତର ଓ ଆହତମାନଙ୍କୁ ବାଲେଶ୍ବର ଜିଲ୍ଲା ହସ୍ପିଟାଲରେ ସାକ୍ଷାତ କରିଛନ୍ତି । ପ୍ରଧାନମନ୍ତ୍ରୀ ଚିକିତ୍ସା ବ୍ୟବସ୍ଥା ସଂପର୍କରେ ପଚାରି ବୁଝିବା ସହ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ବାଲେଶ୍ବର ଜିଲ୍ଲା ହସ୍ପିଟାଲରେ ଆହତମାନଙ୍କ ଚିକିତ୍ସା ସଂପର୍କରେ ମଧ୍ୟ ସେ ସମୀକ୍ଷା କରିଛନ୍ତି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ସାଂସଦ ପ୍ରତାପ ଷଡଙ୍ଗୀ ପ୍ରମୁଖ ହସ୍ପିଟାଲରେ ଆହତମାନଙ୍କୁ ଭେଟିଥିଲେ।

- Advertisement -

ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାହାନଗା ଦୁର୍ଘଟଣାସ୍ଥଳରେ ପହଞ୍ଚି ସ୍ଥିତିର ସମୀକ୍ଷା କରିଥିଲେ। ପ୍ରଧାନମନ୍ତ୍ରୀ  କ୍ଷତିଗ୍ରସ୍ତ ବଗି ବୁଲି ଦେଖିବା ସହ ବେଶ ଗମ୍ଭୀରତାର ସହ ଦୁର୍ଘଟଣା ସ୍ଥିତିର ଅନୁଧ୍ୟାନ କରିଥିଲେ । ସେ ବରିଷ୍ଠ ରେଳ ଅଧିକାରୀ ଓ ବାଲେଶ୍ବର ଜିଲ୍ଲାପାଳଙ୍କ ସହ ଆଲୋଚନା କରି ଦୁର୍ଘଟଣା, ଉଦ୍ଧାର, ଚିକିତ୍ସା ବ୍ୟବସ୍ଥା ନେଇ ସମୀକ୍ଷା କରିଥିଲେ। ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଏନଡିଆରଏଫ ଏବଂ ଓଡ୍ରାଫ ଟିମ୍ ସହ ମଧ୍ୟ ଆଲୋଚନା କରି ସେମାନଙ୍କୁ ସାଧୁବାଦ ଜଣାଇଛନ୍ତି।

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲିକ, ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ସାଂସଦ ପ୍ରତାପ ଷଡଙ୍ଗୀ, ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି.କେ ମିଶ୍ର  ଓ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ପ୍ରମୁଖ ପ୍ରଧାନମନ୍ତ୍ରୀଙ୍କ ସହ  ଦୁର୍ଘଟଣାସ୍ଥଳ ପରିଦର୍ଶନ କରିଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories