www.samajalive.in
Friday, December 12, 2025
19.1 C
Bhubaneswar

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତି

ଡେସ୍କ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଶ୍ରୀ ମୋଦୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ନିଜ ବାର୍ତ୍ତାରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ କହିଛନ୍ତି, ଅମୃତ କାଳ ସମୟରେ ମୋଦୀଙ୍କ ଦୁରଦୃଷ୍ଟି ଓ ଦୃଢ଼ ନେତୃତ୍ୱ ଭାରତକୁ ବିକାଶର ଶିଖରକୁ ନେବ। ରାଷ୍ଟ୍ରପତି, ଶ୍ରୀ ମୋଦୀଙ୍କ ଦୀର୍ଘ, ସୁସ୍ଥ ଓ ନିରାମୟ ଜୀବନ କାମନା କରିଛନ୍ତି।


ଏହି ଅବସରରେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇବା ସହ ତାଙ୍କ ଦୀର୍ଘ ନିରାମୟ ଜୀବନ କାମନା କରିଛନ୍ତି। ସେ କହିଛନ୍ତି ଯେ ଶ୍ରୀ ମୋଦୀଙ୍କ ଦୂରଦୃଷ୍ଟି ସମ୍ପନ୍ନ ନେତୃତ୍ୱ ଭାରତକୁ ଅଦ୍ଭୁତପୂର୍ବ ପ୍ରଗତି ଏବଂ ଯୁଗର ପରିବର୍ତ୍ତନ ଆଡ଼କୁ ଆଗେଇ ନେଇଛି। ଉପରାଷ୍ଟ୍ରପତି କହିଛନ୍ତି, ଭାରତ ଶ୍ରୀ ମୋଦୀଙ୍କ ପ୍ରତିବଦ୍ଧତାକୁ ସର୍ବଦା ସମ୍ମାନିତ କରିବ।

- Advertisement -


ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ମୋଦୀଙ୍କ ପ୍ରେରଣାଦାୟକ ଯାତ୍ରା ଆରମ୍ଭ ହୋଇଥିଲା ଉତ୍ତର ଗୁଜରାଟର ମେହସାନା ଜିଲ୍ଲାର ଏକ ଛୋଟ ସହର ଭଦନଗରରୁ। ଭାରତ ସ୍ୱାଧୀନତା ହାସଲ କରିବାର ତିନି ବର୍ଷ ପରେ ସେ ୧୯୫୦ ମସିହା ସେପ୍ଟେମ୍ବର ୧୭ରେ ଜନ୍ମଗ୍ରହଣ କରିଥିଲେ। ସେ ସ୍ୱାଧୀନ ଭାରତରେ ଜନ୍ମ ହୋଇଥିବା ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ। ଜୀବନର ପ୍ରାରମ୍ଭିକ ସମୟରେ ଶ୍ରୀ ମୋଦୀ ରାଷ୍ଟ୍ରିୟ ସ୍ୱୟଂ ସେବକ ସଂଗଠନର ସଦସ୍ୟ ଥିଲେ। ସେ ୨୦୦୧ରେ ଗୁଜରାଟର ମୁଖ୍ୟମନ୍ତ୍ରୀ ହୋଇଥିଲେ ଏବଂ ୧୩ ବର୍ଷ ଗୁଜୁରାଟର ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ।

Hot this week

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

ବାଇକ ସ୍କୁଟି ମୁହାଁମୁହିଁ ଧକ୍କା- ୩ ମୃତ ୨ ଗୁରୁତର

ପାଟଣା - ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା ସମୟରେ ଘଟଗାଁ ଥାନା...

ଗାଈ କଟାକୁ ନେଇ ଉତ୍ତେଜନା- ମାମଲା ରୁଜୁ

ଗୋପାଳପୁର - ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟସ୍ଥ ସୋରାବାଡି ଜଙ୍ଗଲରେ...

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

Related Articles

Popular Categories