www.samajalive.in
Sunday, December 7, 2025
18.1 C
Bhubaneswar

କରୋନା ସଂକ୍ରମଣ : ବିଦେଶ ଗସ୍ତରେ ଯିବେନି ମନ୍ତ୍ରୀ, ଭୟଭୀତ ନ ହେବାକୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ

ନୂଆଦିଲ୍ଲୀ : କରୋନା ଭୂତାଣୁ ସଂକ୍ରମଣକୁ ନେଇ ଭୟଭୀତ ନ ହେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଆହ୍ୱାନ ଦେଇଛନ୍ତି। ଭୂତାଣୁ ସଂକ୍ରମଣ ବ୍ୟାପିବାକୁ ରୋକିବା ପାଇଁ ଆବଶ୍ୟକ ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ସେ ଲୋକମାନଙ୍କୁ ପରାମର୍ଶ ଦେଇଛନ୍ତି। ଏକ ଟ୍ୱିଟ୍‍ ବାର୍ତ୍ତରେ ଶ୍ରୀ ମୋଦୀ କହିଛନ୍ତି, ସରକାର ପରିସ୍ଥିତିରେ ଉପରେ ତୀକ୍ଷ୍ଣ ନଜର
ରଖିଛନ୍ତି।

ଆଗାମୀ ଦିନରେ କୌଣସି କେନ୍ଦ୍ର ମନ୍ତ୍ରୀ ବିଦେଶ ଗସ୍ତ କରିବେ ନାହିଁ ଓ ଦେଶର ଜନସାଧାରଣ ନିହାତି ଜରୁରୀ
ନ ହେଲେ ବିଦେଶକୁ ଗସ୍ତ ନ କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଗୋଟିଏ ସ୍ଥାନରେ ବହୁ ସଂଖ୍ୟାରେ ଏକତ୍ରିତ ହେବାକୁ ଏଡାଇବା ଦ୍ୱାରା ଆମେ ଭୂତାଣୁ ସଂକ୍ରମଣର ଶୃଙ୍ଖଳକୁ ଭଙ୍ଗ କରିପାରିବା ଓ ସମସ୍ତଙ୍କର ସୁରକ୍ଷାକୁ ନିଶ୍ଚିତ କରିପାରିବା। ସମସ୍ତ ରାଜ୍ୟ ଓ ମନ୍ତ୍ରଣାଳୟଗୁଡ଼ିକରେ କାର୍ଯ୍ୟରତ କର୍ମଚାରୀମାନଙ୍କର ସୁରକ୍ଷା ପାଇଁ
ବହୁମୁଖୀ ପଦକ୍ଷେପମାନ ଗ୍ରହଣ କରାଯାଇଛି ବୋଲି ସେ କହିଛନ୍ତି।  ଭିସା ରଦ୍ଦ କରିବାଠାରୁ ଆରମ୍ଭ କରି ସ୍ୱାସ୍ଥ୍ୟ ସୁବିଧା ବୃଦ୍ଧି କରିବା ପର୍ଯ୍ୟନ୍ତ ବ୍ୟାପକ ପଦକ୍ଷେପମାନ ଗ୍ରହଣ କରାଯାଇଛି ବୋଲି ଶ୍ରୀ ମୋଦୀ କହିଛନ୍ତି।

Hot this week

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

Related Articles

Popular Categories