www.samajalive.in
Saturday, December 6, 2025
14.1 C
Bhubaneswar

ଉପରାଷ୍ଟ୍ରପତି ନିର୍ବାଚନ ଭୋଟିଂ ଆରମ୍ଭ: ପ୍ରଥମ ଭୋଟ୍‍ ଦେଲେ ପ୍ରଧାନମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟଗ୍ରହଣ ଆରମ୍ଭ ହୋଇଛି । ଅପରାହ୍ନ ୫ଟା ପର୍ଯ୍ୟନ୍ତ ହେବ ଭୋଟ ଗ୍ରହଣ କରାଯିବ । ଗୋପନ ବାଲଟରେ ଭୋଟ୍‍ ଦେଉଛନ୍ତି ସାଂସଦ । ସଂସଦ ଭବନରେ ପ୍ରଥମେ ଭୋଟ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସନ୍ଧ୍ୟା ୬ଟାରେ ଭୋଟ୍‍ ଗଣତି ପରେ ଫଳାଫଳ ଘୋଷଣା କରାଯିବ । ଏନଡିଏର ପୋଲିଂ ଏଜେଣ୍ଟ କିରଣ ରିଜିଜୁ, ଶ୍ରୀକାନ୍ତ ସିନ୍ଦେ ଓ ରାମମୋହନ ନାଇଡୁ ରହିଛନ୍ତି । ଇଣ୍ଡିମେଣ୍ଟର ପୋଲିଂ ଏଜେଣ୍ଟ ନାସିର୍‍ ହୁସେନ୍‍, ମାଣିକମ୍‍ ଟାଗୋର ଓ ଶକ୍ତି ସିଂହ ଗୋହିଲ୍‍ । ଉପରାଷ୍ଟ୍ରପତି ପଦ ପାଇଁ ଏନଡିଏ ଓ ଇଣ୍ଟି ମେଣ୍ଟ ମଧ୍ୟରେ ସିଧାସଳଖ ଟକ୍କର ହେଉଛି । ଏନଡିଏରୁ ମହାରାଷ୍ଟ୍ର ରାଜ୍ୟପାଳ ସି.ପି ରାଧାକୃଷ୍ଣନ ପ୍ରାର୍ଥୀ ହୋଇଥିବା ବେଳେ  ଇଣ୍ଡିମେଣ୍ଟର ପ୍ରାର୍ଥୀ ଅବସରପ୍ରାପ୍ତ ବିଚାରପତି ବି.ସୁଦର୍ଶନ ରେଡ୍ଡୀଙ୍କ ମଧ୍ୟରେ ସିଧାସଳଖ ଫାଇଟ୍‍ ହେଉଛି । ଉଭୟ ଲୋକସଭା ଓ ରାଜ୍ୟସଭାର ସାଂସଦମାନେ ଭୋଟ୍‍ ଦେଉଛନ୍ତି । ଉପରାଷ୍ଟ୍ରପତି ନିର୍ବାଚନ ଜିତିବା ପାଇଁ ୩୮୬ସଭ୍ୟଙ୍କ ସମର୍ଥନ ଆବଶ୍ୟକ । ଜଗଦୀପ ଧନଖରଙ୍କ ଇସ୍ତଫା ପରେ ଉପରାଷ୍ଟ୍ରପତି ପଦ ଖାଲି ପଡିଛି । ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ସେ ଜୁଲାଇ ୨୨ରେ ଇସ୍ତଫା ଦେଇଥିଲେ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories