www.samajalive.in
Tuesday, December 9, 2025
23.1 C
Bhubaneswar

ସର୍ଜିକାଲ ଷ୍ଟ୍ରାଇକର ୨ବର୍ଷ ପୂର୍ତ୍ତି, ପ୍ରଧାନମନ୍ତ୍ରୀ ଉଦ୍‍ଘାଟନ କଲେ ପରାକ୍ରମ ପର୍ବ ପ୍ରଦର୍ଶନୀ

ଯୋଧପୁର : ସର୍ଜିକାଲ ଷ୍ଟ୍ରାଇକକୁ ୨ବର୍ଷ ପୂରଣ ଅବସରରେ ଆୟୋଜନ ହୋଇଛି ପରାକ୍ରମ ପର୍ବ। ରାଜସ୍ଥାନ ଯୋଧପୁରସ୍ଥିତ ସେନା ପଡିଆରେ ଆୟୋଜିତ ପରାକ୍ରମ ପର୍ବକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦ୍‍ଘାଟନ କରିଛନ୍ତି। ବ୍ୟାଟଲ ଆକ୍ସ ଗ୍ରାଉଣ୍ଡରେ ଆୟୋଜିତ ଏହି ପ୍ରଦର୍ଶନୀକୁ ଉଦ୍‍ଘାଟନ ପୂର୍ବରୁ ପ୍ରଧାନମନ୍ତ୍ରୀ ସହିଦ ଯବାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ସହିଦ ଯବାନଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ଏକ ବାର୍ତ୍ତା ଲେଖିଥିଲେ। ପରେ ସେ ପ୍ରଦର୍ଶନୀକୁ ବୁଲି ଦେଖିଥିଲେ। ଏଠାରେ ଥିବା କୋଣାର୍କ ଯୁଦ୍ଧ ସ୍ମାରକୀରେ ମଧ୍ୟ ପ୍ରଧାନମନ୍ତ୍ରୀ ପୁଷ୍ପାର୍ଘ୍ୟ ପ୍ରଦାନ ପୂର୍ବକ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ପ୍ରଧାନମନ୍ତ୍ରୀଙ୍କ ସହିତ ପ୍ରତିରକ୍ଷା ମନ୍ତ୍ରୀ ନିର୍ମଳା ସୀତାରମଣ ଓ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ସାମିଲ ହୋଇଥିଲେ। ପ୍ରଦର୍ଶନୀ ପରିଦର୍ଶନ ପରେ ପ୍ରଧାନମନ୍ତ୍ରୀ ଓ ପ୍ରତିରକ୍ଷା ମନ୍ତ୍ରୀ ଯୋଧପୁର ବାୟୁସେନା ଘାଟିରେ ଆୟୋଜିତ ସେନା କମାଣ୍ଡରମାନଙ୍କ ମିଳିତ ସମ୍ମିଳନୀରେ ଯୋଗ ଦେଇଥିଲେ। ସମ୍ମିଳନୀରେ ତିନି ସୈନ୍ୟବାହିନୀର ମୁଖ୍ୟ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ୨୦୧୬ ସେପ୍ଟେମ୍ବର ୨୯ତାରିଖରେ ଭାରତୀୟ ସେନା ପାକିସ୍ତାନ ମାଟିରେ ସର୍ଜିକାଲ ଷ୍ଟ୍ରାଇକ କରିଥିଲା। ଏଥିରେ ଆତଙ୍କବାଦୀଙ୍କ ଅନେକ ଶିବିର ଧ୍ୱଂସ ହେବା ସହ ଅନେକ ଆତଙ୍କବାଦୀ ପ୍ରାଣ ହରାଇଥିଲେ। ସର୍ଜିକାଲ ଷ୍ଟ୍ରାଇକ ବର୍ଷ ପୂର୍ତ୍ତି ଉପଲକ୍ଷେ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି।

Hot this week

ସ୍ମୃତି-ପଲାଶଙ୍କ କାହିଁକି ଭାଙ୍ଗିଲା ସମ୍ପର୍କ; ସାର୍ଥୀଙ୍କ ଏହି ଭୁଲକୁ ଝିଅମାନେ କେବେ କ୍ଷମା କରନ୍ତି ନାହିଁ

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି...

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

Related Articles

Popular Categories