www.samajalive.in
Saturday, December 6, 2025
17.1 C
Bhubaneswar

ଗ୍ରୀଷ୍ମପ୍ରବାହ ପାଇଁ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ନୂଆଦିଲ୍ଲୀ: ଏପ୍ରିଲରୁ ଜୁନ୍‌‌ ମାସ ମଧ୍ୟରେ ପ୍ରବଳ ଗ୍ରାଷ୍ମ ପ୍ରବାହ ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିବା ପରେ କେନ୍ଦ୍ର ସମୀକ୍ଷା ବୈଠକ କରାଯାଇଛି। ସାରା ଦେଶରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରସ୍ତୁତି ବୈଠକର ସମୀକ୍ଷା କରିଛନ୍ତି। ବୈଠକରେ ହିଟ୍‌‌ୱେବ ମୁକାବିଲା ନେଇ ଆଲୋଚନା ହେବା ପରେ ହସ୍ପିଟାଲ ମାନଙ୍କରେ ଅତ୍ୟାବଶ୍ୟକ ଔଷଧ, ତରଳ ପଦାର୍ଥ, ବରଫ ପ୍ୟାକ୍ସ, ଓଆରଏସ ଏବଂ ପାନୀୟ ଜଳ ଆଦି ମହଜୁଦ ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ଗ୍ରୀଷ୍ମ ପ୍ରବାହ ସହ ଅଂଶୁଘାତର ମୁକାବିଲା ନେଇ ବୈଠକରେ ଆଲୋଚନା ହୋଇଛି। ରାଜ୍ୟରୁ ଜିଲ୍ଲା ସ୍ତରରେ ସମନ୍ୱୟ ରକ୍ଷା କରି ଖରାତାତିରୁ ମୁକାବିଲା ପାଇଁ କାର୍ଯ୍ୟ କରିବାକୁ ଆହ୍ୱାନ ଦେଇଛନ୍ତି ମୋଦୀ। ହସ୍ପିଟାଲରେ ସମସ୍ତ ପ୍ରକାର ପ୍ରସ୍ତୁତି ରହିବା ସହିତ ସଚେତନତା ସୃଷ୍ଟି ଉପରେ ଗୁରୁତ୍ୱ ଦିଆଯାଇଛି। ଜଙ୍ଗଲରେ ଯଦି କେୁଁଠଇ ନିଆଁ ଲାଗୁଛି ତେବେ ତୁରନ୍ତ ତାକୁ ଲିଭାଇବା ଓ ଜଙ୍ଗଲ ନିଆଁ ଶୀଘ୍ର ଚିହ୍ନଟ କରିବା ଆବଶ୍ୟକ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ବୈଠକରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ, ଗୃହ ସଚିବ, ଆଇଏମଡି ବିଭାଗର ଅଧିକାରୀ ଓ ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣର ଅଧିକାରୀମାନେ ଉପସ୍ଥିତ ରହିଥିଲେ।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

Related Articles

Popular Categories