www.samajalive.in
Friday, December 12, 2025
14.1 C
Bhubaneswar

‘ଏକ୍‍ ଭାରତ ଶ୍ରେଷ୍ଠ ଭାରତ’ ସମୀକ୍ଷା କଲେ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ‘ଏକ୍‍ ଭାରତ ଶ୍ରେଷ୍ଠ ଭାରତ’ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। ବିଭିନ୍ନ ରାଜ୍ୟର ଲୋକମାନଙ୍କ ମଧ୍ୟରେ ସିଧାସଳଖ ଭାବବିନିମୟ ମାଧ୍ୟମରେ ପରସ୍ପରର ସଂସ୍କୃତି ସଂପର୍କରେ ଅବଗତ ହେବା ହେଉଛି ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ୍‍ ମାଧ୍ୟମରେ କୁହାଯାଇଛି ଯେ ମାମଲାପୁରମ୍‍ରୁ ନୂଆଦିଲ୍ଲୀକୁ ପ୍ରତ୍ୟାବର୍ତ୍ତନ କରିବା ପରେ ମୋଦୀ ଏହି କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ। ପ୍ରଧାନମନ୍ତ୍ରୀଙ୍କ ବ୍ୟକ୍ତିଗତ ଚିନ୍ତାଧାରା ଏକ୍‍ ଭାରତ ଶ୍ରେଷ୍ଠ ଭାରତ କାର୍ଯ୍ୟକ୍ରମ ମାଧ୍ୟମରେ ଭାରତର ବିବିଧତା ଏବଂ ଜାତୀୟ ଏକତା ଉପରେ ଗୁରୁତ୍ୱ ଆରୋପ କରାଯାଇଛି।
୨୦୧୫ ମସିହାରେ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୪୦ତମ ଜନ୍ମ ଶତବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀ ଏହି କାର୍ଯ୍ୟକ୍ରମ ଘୋଷଣା କରିଥିଲେ। ଏହା ଅନୁଯାୟୀ ପ୍ରତିବର୍ଷ ପ୍ରତ୍ୟେକ ରାଜ୍ୟ ବା କେନ୍ଦ୍ରଶାସିତ ଅଞ୍ଚଳକୁ ଅନ୍ୟ ଏକ ରାଜ୍ୟ ବା କେନ୍ଦ୍ରଶାସିତ ଅଞ୍ଚଳ ସହିତ ଯୋଡ଼ାଯାଇଥାଏ। ଫଳରେ ସଂପୃକ୍ତ ରାଜ୍ୟର ଲୋକମାନଙ୍କ ମଧ୍ୟରେ ପରସ୍ପରର ସଂସ୍କୃତି ସଂପର୍କରେ ଆଦାନପ୍ରଦାନ ହୋଇଥାଏ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories