www.samajalive.in
Monday, December 15, 2025
26.1 C
Bhubaneswar

ଇରାନ ରାଷ୍ଟ୍ରପତିଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଶୋକ: କହିଲେ, ଭାରତ ଇରାନ ସହିତ ଅଛି..

ନୂଆଦିଲ୍ଲୀ: ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କ ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ହେଲିକପ୍ଟର ଦୁର୍ଘଟଣାର ଶିକାର ହୋଇଥିବା ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସି, ବୈଦେଶିକ ମନ୍ତ୍ରୀ ଏବଂ ଅନ୍ୟମାନଙ୍କ ମୃତଦେହ ଦୁର୍ଘଟଣାସ୍ଥଳରୁ ଉଦ୍ଧାର ହୋଇଥିବା ନେଇ ମଧ୍ୟ ସୂଚନା ମିଳିଛି। ଇରାନ ରାଷ୍ଟ୍ରପତିଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ମୋଦୀ ଏକ୍ସରେ ଲେଖିଛନ୍ତି, ‘‘ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କ ଦେହାନ୍ତ ଖବର ଶୁଣି ଚକିତ ଏବଂ ଖୁବ୍‌ ଦୁଃଖିତ। ଭାରତ-ଇରାନ ଦ୍ୱିପାକ୍ଷିକ ସମ୍ପର୍କକୁ ମଜବୁତ କରିବାରେ ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ପରିବାର ଏବଂ ଇରାନବାସୀଙ୍କୁ ସମବେଦନା। ଏହି ଦୁଃଖଦ ସମୟରେ ଭାରତ ଇରାନ ସହିତ ଛିଡ଼ା ହୋଇଛି।’’

 

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories