www.samajalive.in
Tuesday, December 9, 2025
15.1 C
Bhubaneswar

ଇରାନ ରାଷ୍ଟ୍ରପତିଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଶୋକ: କହିଲେ, ଭାରତ ଇରାନ ସହିତ ଅଛି..

ନୂଆଦିଲ୍ଲୀ: ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କ ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ହେଲିକପ୍ଟର ଦୁର୍ଘଟଣାର ଶିକାର ହୋଇଥିବା ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସି, ବୈଦେଶିକ ମନ୍ତ୍ରୀ ଏବଂ ଅନ୍ୟମାନଙ୍କ ମୃତଦେହ ଦୁର୍ଘଟଣାସ୍ଥଳରୁ ଉଦ୍ଧାର ହୋଇଥିବା ନେଇ ମଧ୍ୟ ସୂଚନା ମିଳିଛି। ଇରାନ ରାଷ୍ଟ୍ରପତିଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ମୋଦୀ ଏକ୍ସରେ ଲେଖିଛନ୍ତି, ‘‘ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କ ଦେହାନ୍ତ ଖବର ଶୁଣି ଚକିତ ଏବଂ ଖୁବ୍‌ ଦୁଃଖିତ। ଭାରତ-ଇରାନ ଦ୍ୱିପାକ୍ଷିକ ସମ୍ପର୍କକୁ ମଜବୁତ କରିବାରେ ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ପରିବାର ଏବଂ ଇରାନବାସୀଙ୍କୁ ସମବେଦନା। ଏହି ଦୁଃଖଦ ସମୟରେ ଭାରତ ଇରାନ ସହିତ ଛିଡ଼ା ହୋଇଛି।’’

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories