www.samajalive.in
Friday, November 14, 2025
25.1 C
Bhubaneswar

ବିଦା ହେବେ ଅଳସୁଆ ଓ ଦୁର୍ନୀତିଖୋର କର୍ମଚାରୀ: ସଚିବଙ୍କୁ ନିର୍ଦେଶ ଦେଲେ ପ୍ରଧାନମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: କାମରେ ଠକୁଥିବା ଏବଂ ଦୁର୍ନୀତିଖୋର କେନ୍ଦ୍ରୀୟ କର୍ମଚାରୀଙ୍କୁ ଚାକିରିରୁ ବିଦା କରାଯିବ। ଜନତାଙ୍କ ସ୍ଵାର୍ଥକୁ ଦୃଷ୍ଟିରେ ରଖି ସେମାନଙ୍କୁ ବାଧ୍ୟତାମୂଳକ ଅବସର ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସଚିବମାନଙ୍କୁ ନିର୍ଦେଶ ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ସମସ୍ତ କର୍ମଚାରୀଙ୍କ କାର୍ଯ୍ୟର ମୂଲ୍ୟାୟନ କରାଯାଉ। ଯେଉଁମାନେ କାର୍ଯ୍ୟରେ ଅବହେଳା ପ୍ରଦର୍ଶନ କରୁଛନ୍ତି କିମ୍ବା ଦୁର୍ନୀତିରେ ଲିପ୍ତ ରହୁଛନ୍ତି ସେମାନଙ୍କୁ ବହିସ୍କାର କରିବା ଲାଗି ସରକାରଙ୍କ ପୂର୍ଣ୍ଣ କ୍ଷମତା ରହିଛି।

ଗତ ବୁଧବାର ପ୍ରଧାନମନ୍ତ୍ରୀ ସମସ୍ତ କେନ୍ଦ୍ରୀୟ ମନ୍ତ୍ରୀ ଏବଂ ସଚିବମାନଙ୍କ ସହିତ ଆଲୋଚନା କରିବା ସମୟରେ ଏହି ନିର୍ଦେଶ ଦେଇଛନ୍ତି। ସିସିଏସ(ପେନସନ) ନିୟମର ମୌଳିକ ନିୟମ ୫୬(ଜେ)ର ଉଦାହରଣ ଦେଇ ପ୍ରଧାନମନ୍ତ୍ରୀ ଏହା କହିଛନ୍ତି। ମୌଳିକ ନିୟମ ୫୬(ଜେ) ଅନୁସାରେ, ଯଦି କୌଣସି କର୍ମଚାରୀ ନିଜ କାର୍ଯ୍ୟ ପାଇଁ ଅନ୍‌ଫିଟ୍ ବା ଅନୁପଯୁକ୍ତ ସାବ୍ୟସ୍ତ ହେବେ, ତେବେ ସରକାର ତାଙ୍କୁ ଯେକୌଣସି ସମୟରେ ବହିସ୍କାର କରିପାରିବେ। ବାଧ୍ୟତାମୂଳକ ଅବସର କ୍ଷେତ୍ରରେ ସରକାର ଉକ୍ତ କର୍ମଚାରୀଙ୍କୁ ୩ ମାସ ଆଗରୁ ନୋଟିସ ପ୍ରଦାନ କରିବେ ଅଥବା ଆଗୁଆ ୩ ମାସ ଦରମା ଏବଂ ଅନ୍ୟାନ୍ୟ ଭତ୍ତା ଦେଇ ଚାକିରିରୁ ବିଦା କରିବେ।

Hot this week

୭ମ ରାଉଣ୍ଡ ସୁଦ୍ଧା ଜୟ ଢୋଲକିଆଙ୍କୁ ୩୬, ୦୮୮ ଭୋଟ୍

ନୂଆପଡ଼ା: ନୂଆପଡ଼ାରେ ବଡ଼ ବିଜୟ ପଥେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ।...

ବିହାର ଜନାଦେଶ: ଏନଡିଏକୁ ବଡ ସଫଳତା, ପଛରେ ମହାମେଣ୍ଟ

ସମାଜ ଡିଜିଟାଲ ଡେସ୍କ: ବିହାର ବିଧାନସଭା ନିର୍ବାଚନରେ ମ୍ୟାଜିକ ନମ୍ବର ପାର...

ବିହାର ଜନାଦେଶ: ୧୭୫ ସିଟରେ ଆଗୁଆ ରହିଛି ଏନଡିଏ, ମହାମେଣ୍ଟ ୬୪

ସମାଜ ଡିଜିଟାଲ ଡେସ୍କ: ବିହାର ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି...

ଦିଲ୍ଲୀ ବିସ୍ଫୋରଣ: ମାଷ୍ଟରମାଇଣ୍ଡର ଘର ଉଡାଇଲେ ସୁରକ୍ଷା କର୍ମୀ

ସମାଜ ଡିଜିଟାଲ ଡେସ୍କ: ଦିଲ୍ଲୀର ଲାଲକିଲ୍ଲାଠାରେ କାର ବିସ୍ଫୋରଣ ଘଟାଇ ଥିବା...

ନୂଆପଡା ମତଗଣନା: ଆଗରେ ବିଜେପି, ୧୨୮୧୫ ଭୋଟରେ ଆଗୁଆ ଜୟ ଢୋଲକିଆ

ଡେସ୍କ: ନୂଆପଡା ବିଧାନସଭା ଉପନିର୍ବାଚନରେ ପ୍ରାରମ୍ଭିକ ପର୍ଯ୍ୟାୟରେ ବିଜେପି ପ୍ରାର୍ଥୀ ଜୟ...

Related Articles

Popular Categories