www.samajalive.in
Saturday, December 6, 2025
17.1 C
Bhubaneswar

ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା; କହିଲେ କରୋନା ବିରୋଧରେ ମିଳିମିଶି ଲଢ଼ିବା

ନୂଆଦିଲ୍ଲୀ: ଦେଶରେ କରୋନା ଭୂତାଣୁର ସଂକ୍ରମଣ ବଢ଼ି ଚାଲିଥିବା ବେଳେ ପ୍ରଧାମନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହିତ ଆଲୋଚନା କରିଛନ୍ତି। ଭିଡିଓ କନଫରେନ୍ସିଂ ଜରିଆରେ ହୋଇଥିବା ଏହି ଆଲୋଚନା କାଳରେ ମୋଦୀ ବିଭିନ୍ନ ରାଜ୍ୟର ସ୍ଥିତି ସମୀକ୍ଷା କରିଥିଲେ। ଆମେ ସମସ୍ତେ ମିଳିମିଶି କରୋନା ବିରୋଧରେ ଲଢ଼ିବା ବୋଲି ମୋଦୀ ମୁଖ୍ୟମନ୍ତ୍ରୀମାନଙ୍କୁ କହିଥିଲେ।

ମୋଦୀଙ୍କ ସହିତ ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଭିଡିଓ କନଫରେନ୍ସିଂରେ ଉପସ୍ଥିତ ଥିଲେ। କରୋନା ମୁକାବିଲ ପାଇଁ ରାଜ୍ୟଗୁଡ଼ିକ ନେଇଥିବା ପଦକ୍ଷେପ ସମ୍ପର୍କରେ ମୋଦୀ କଥା ହୋଇଥିଲେ। ଏହା ସହିତ କେନ୍ଦ୍ର ସରକାର କି ପଦକ୍ଷେପ ନେଇଛନ୍ତି ସେ ନେଇ ମୋଦୀ ମୁଖ୍ୟମନ୍ତ୍ରୀମାନଙ୍କୁ ଜଣାଇଥିଲେ। ସେହିପରି ଜନସାଧାରଣଙ୍କ ନିକଟରେ ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚାଇବା ସମ୍ପର୍କରେ ବି ପ୍ରଧାନମନ୍ତ୍ରୀ କଥା ହୋଇଥିଲେ। ଲକ୍‌ଡାଉନକୁ ଦୃଢ଼ ଭାବରେ ପାଳନ କରିବାକୁ ପରାମର୍ଶ ଦେଇଛନ୍ତି। ଯେଉଁ ରାଜ୍ୟକୁ ଦିଲ୍ଲୀର ଜମାତରୁ ଲୋକମାନେ ଯାଇଛନ୍ତି, ସେମାନଙ୍କୁ ତୁରନ୍ତ ଠାବ କରି ହସ୍ପିଟାଲରେ ଭର୍ତ୍ତି କରିବାକୁ ମୋଦୀ କହିଛନ୍ତି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories