www.samajalive.in
Saturday, December 6, 2025
14.1 C
Bhubaneswar

ଆଜି ବାରାଣସୀରୁ ପ୍ରାର୍ଥୀ ପତ୍ର ଦାଖଲ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଆଜି ପ୍ରାର୍ଥୀ ପତ୍ର ଦାଖଲ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଉତ୍ତର ପ୍ରଦେଶର ବାରାଣସୀ ଆସନ ପାଇଁ ବିଧିବଦ୍ଧ ଭାବେ ପ୍ରାର୍ଥୀ ପତ୍ର ଦାଖଲ କରିବେ ପ୍ରଧାନମନ୍ତ୍ରୀ। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବ୍ୟାପକ କାର୍ଯ୍ୟକ୍ରମ ରହିଛି। ସକାଳ ୯ଟା ବେଳେ ଗଙ୍ଗାରେ ସ୍ନାନ କରି ପୂଜାର୍ଚ୍ଚନା କରିବାର କାର୍ଯ୍ୟକ୍ରମ ରହିଛି।  ପୂର୍ବାହ୍ନ ୧୧ଟା ୪୦ରେ ନାମାଙ୍କନ ଭରିବା ନେଇ ସୂଚନା ରହିଛି। ମୋଦୀଙ୍କ ସହ ଗୃହମନ୍ତ୍ରୀ ଅମିତ୍ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ନାମାଙ୍କନପତ୍ର ଦାଖଲ ସମୟରେ ଉପସ୍ଥିତ ରହିବେ। ୧୮ରୁ ଅଧିକ କ୍ୟାବିନେଟ୍ ମନ୍ତ୍ରୀଙ୍କ ସମେତ ୩୬ ଭିଆଇପି ମଧ୍ୟ ଉପସ୍ଥିତ ରହିବେ। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ୧୨ ରାଜ୍ୟର ମୁଖ୍ୟମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବା ନେଇ ସୂଚନା ରହିଛି। ପ୍ରାର୍ଥୀ ପତ୍ର ଦାଖଲ କରିବା ପରେ ରୁଦ୍ରାକ୍ଷ କନଭେନସନ୍ ସେଣ୍ଟର ହଲରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧିତ କରିବେ। ସୋମବାର ନରେନ୍ଦ୍ର ମୋଦୀ ବାରାଣସୀରେ ବିରାଟ ରୋଡ୍ ଶୋ କରିଥିଲେ। ଜୁନ୍ ୧ ତାରିଖରେ ଶେଷ ପର୍ଯ୍ୟାୟରେ ବାରାଣସୀରେ  ଭୋଟ୍ ପଡିବ । ଏଥିପାଇଁ ପ୍ରାର୍ଥୀ ପତ୍ର ଦାଖଲ ପ୍ରକ୍ରିୟା ୭ ତାରିଖରୁ ଆରମ୍ଭ ହୋଇଥିବାବେଳେ ଆଜି ଶେଷ ତାରିଖ ରହୁଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories