www.samajalive.in
Monday, December 15, 2025
16.1 C
Bhubaneswar

ବାହାନଗା ରେଳ ଦୁର୍ଘଟଣା ସ୍ଥଳରେ ପ୍ରଧାନମନ୍ତ୍ରୀ ମୋଦୀ

ଡେସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଅପରାହ୍ନରେ  ଓଡ଼ିଶା ଗସ୍ତରେ ଆସି ବାଲେଶ୍ୱରର ବାହାନଗା ରେଳ ଦୁର୍ଘଟଣା ସ୍ଥଳରେ ପହଞ୍ଚିଛନ୍ତି । ପ୍ରଧାନମନ୍ତ୍ରୀ ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଛନ୍ତି । ଦୁର୍ଘଟଣାସ୍ଥଳ ବୁଲିଦେଖିବା ସମୟରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଦୁର୍ଘଟଣା ନେଇ ଶ୍ରୀ ମୋଦୀଙ୍କୁ ସମସ୍ତ ବିଷୟରେ ଅବଗତ କରାଇଛନ୍ତି । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ରାଜସ୍ବମନ୍ତ୍ରୀ ପ୍ରମିଳା ମଲିକ, ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ସାଂସଦ ପ୍ରତାପ ଷଡଙ୍ଗୀ, ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପି.କେ ମିଶ୍ର  ଓ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ପ୍ରମୁଖ ଦୁର୍ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି ।

- Advertisement -

ପୂର୍ବରୁ ଏହି ଟ୍ରେନ୍‌‌ ଦୁର୍ଘଟଣା ନେଇ ପ୍ରଧାନମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଏକ ଉଚ୍ଚସ୍ତରୀୟ ବୈଠକରେ ଘଟଣାର ସମୀକ୍ଷା କରିଥିଲେ । ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, କ୍ୟାବିନେଟ୍‌‌ ସଚିବ ରାଜୀବ ଗୌବା, ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି.କେ.ମିଶ୍ର, କେନ୍ଦ୍ର ଗୃହ ସଚିବ ଅଜୟ କୁମାର ଭଲ୍ଲା ଓ ଏନ୍‌‌ଡିଆର୍‌‌ଏଫ୍‌‌ ମୁଖ୍ୟ ଏସ୍‌‌.ଏନ୍‌‌ ପ୍ରଧାନ ପ୍ରମୁଖ ଏହି ବୈଠକରେ ଉପସ୍ଥିତ ଥିଲେ।

Hot this week

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

Related Articles

Popular Categories