www.samajalive.in
Saturday, December 13, 2025
26.1 C
Bhubaneswar

ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

ଜୋହାନ୍ସବର୍ଗ :   ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପଞ୍ଚଦଶ ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ  ଜୋହାନ୍ସବର୍ଗଠାରେ ଦକ୍ଷିଣ ଆଫ୍ରିକାର ରାଷ୍ଟ୍ରପତି ସିରିଲ୍ ରାମାଫୋସାଙ୍କୁ ସାକ୍ଷାତ କରିଛନ୍ତି ।

ଉଭୟ ନେତା ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ହୋଇଥିବା ଅଗ୍ରଗତିର ସମୀକ୍ଷା କରିଥିଲେ ଏବଂ ପ୍ରତିରକ୍ଷା, କୃଷି, ବାଣିଜ୍ୟ ଓ ପୁଞ୍ଜି ନିବେଶ, ସ୍ୱାସ୍ଥ୍ୟ, ସଂରକ୍ଷଣ ଏବଂ ଲୋକ ମାନଙ୍କ ମଧ୍ୟରେ ସମ୍ପର୍କ ସମେତ ବିଭିନ୍ନ କ୍ଷେତ୍ରରେ ହାସଲ ହୋଇଥିବା ଅଗ୍ରଗତି ଉପରେ ସନ୍ତୋଷ ବ୍ୟକ୍ତ କରିଥିଲେ।

- Advertisement -

ଉଭୟ ପକ୍ଷ ପାରସ୍ପରିକ ସ୍ୱାର୍ଥ ଜଡିତ ଆଞ୍ଚଳିକ ଏବଂ ବହୁପାକ୍ଷିକ ପ୍ରସଙ୍ଗରେ ନିରନ୍ତର ସମନ୍ୱୟ ଉପରେ ମଧ୍ୟ ମତ ବିନିମୟ କରିଥିଲେ । ରାଷ୍ଟ୍ରପତି ରାମାଫୋସା ଭାରତର ଜି- ୨୦ ଅଧ୍ୟକ୍ଷତାକୁ ପୂର୍ଣ୍ଣ ସମର୍ଥନ ଜଣାଇବା ସହ ଆଫ୍ରିକୀୟ ସଂଘକୁ ଜି- ୨୦ର ପୂର୍ଣ୍ଣ ସଦସ୍ୟତା ଦେବା ପାଇଁ ଭାରତର ପଦକ୍ଷେପକୁ ପ୍ରଶଂସା କରିଥିଲେ । ଜି- ୨୦ ଶିଖର ସମ୍ମିଳନୀ ପାଇଁ ସେ ନୂଆଦିଲ୍ଲୀ ଗସ୍ତ କରିବା ନିମନ୍ତେ ଆଗ୍ରହୀ ବୋଲି ପ୍ରକାଶ କରିଥିଲେ ।

ବ୍ରିକ୍ସ ଶିଖର ସମ୍ମିଳନୀର ସଫଳ ଆୟୋଜନ ପାଇଁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ରାମାଫୋସାଙ୍କୁ ଅଭିନନ୍ଦନ ଜଣାଇଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories