www.samajalive.in
Thursday, December 11, 2025
18.1 C
Bhubaneswar

ଟିକାକରଣ କାର୍ଯ୍ୟକ୍ରମର ପ୍ରଗତି ସଂପର୍କରେ ପ୍ରଧାନମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା

-ଚଳିତ ସପ୍ତାହରେ ଟିକାକରଣ ମାତ୍ରାରେ ପରିଲକ୍ଷିତ ବୃଦ୍ଧିରେ ପ୍ରଧାନମନ୍ତ୍ରୀଙ୍କ ସନ୍ତୋଷ ବ୍ୟକ୍ତ ଏବଂ ଏହି ମାତ୍ରାକୁ ଜାରି ରଖିବା ଗୁରୁତ୍ୱପୂର୍ଣ୍ଣ ବୋଲି ଗୁରୁତ୍ୱ ଆରୋପ କଲେ ଶ୍ରୀ ମୋଦୀ

-ଗତ ୬ ଦିନ ମଧ୍ୟରେ ଦେଶରେ ୩.୭୭ କୋଟି ପାନ ଟିକା ପ୍ରଦାନ କରାଯାଇଛି ଯାହାକି ମାଲେସିଆ, ସାଉଦି ଆରବ ଏବଂ କାନାଡ଼ାର ମୋଟ ଜନସଂଖ୍ୟା ଠାରୁ ମଧ୍ୟ ଅଧିକ
-ଏକଥା ସୁନିଶ୍ଚିତ କରିବାକୁ ହେବ ଯେ ଟେଷ୍ଟିଂ ମାତ୍ରା ଯେପରି ହ୍ରାସ ନ ପାଏ, ଯେହେତୁ ଯେକୌଣସି କ୍ଷେତ୍ରରେ ସଂକ୍ରମଣକୁ ନିୟନ୍ତ୍ରଣ କରିବା ନମନ୍ତେ ଟ୍ରାକିଂ ଏବଂ କଣ୍ଟେନମେଣ୍ଟ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅସ୍ତ୍ର: ପ୍ର୍ରଧାନମନ୍ତ୍ରୀ

- Advertisement -

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଉଚ୍ଚସ୍ତରୀୟ ଅଧିକାରୀମାନଙ୍କ ସହିତ ଦେଶରେ ଚାଲିଥିବା ଟିକାକରଣ ଏବଂ କୋଭିଡ଼ ପରିସ୍ଥିତି ସଂପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିଛନ୍ତି।
ପ୍ରଧାନମନ୍ତ୍ରୀଙ୍କ ସହିତ ଏହି ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ସାମିଲ ହୋଇଥିବା ଅଧିକାରୀମାନେ ଶ୍ରୀ ମୋଦୀଙ୍କୁ ଦେଶରେ ଟିକାକରଣର ସଦ୍ୟତମ ସ୍ଥିତି ଓ ପ୍ରଗତି ସଂପର୍କରେ ଅବଗତ କରାଇଛନ୍ତି। ପ୍ରଧାନମନ୍ତ୍ରୀଙ୍କୁ ଏ ସଂପର୍କରେ ସବିଶେଷ ସୂଚନା ପ୍ରଦାନ କରି ଏହି ଅଧିକାରୀମାନେ ବିଭିନ୍ନ ଆୟୁବର୍ଗର ଲୋକମାନଙ୍କୁ କେତେ ମାତ୍ରାରେ ଟିକାକରଣ କରାଯାଇଛି ସେ ସଂପର୍କର୍ରେ ଅବଗତ କରାଇଥିଲେ। ଏଥି ସହିତ ସ୍ୱାସ୍ଥ୍ୟକର୍ମୀ, ଛାମୁଆ ଯୋଦ୍ଧା ଏବଂ ବିଭିନ୍ନ ରାଜ୍ୟର ସାଧାରଣ ନାଗରିକ ମାନଙ୍କୁ କେତେ ସଂଖ୍ୟାରେ ଟିକାକରଣ କରାଯାଇଛି ତାହା ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଯାଇଛି। ଏହି ଅଧିକାରୀମାନେ ପ୍ରଧାନମନ୍ତ୍ରୀଙ୍କୁ ଆଗାମୀ ମାସମାନଙ୍କରେ ଟିକା ଯୋଗାଣ ସଂପର୍କରେ ଅବଗତ କରାଇଛନ୍ତି ଏବଂ ଏହାର ଉତ୍ପାଦନ ବୃଦ୍ଧି ନିମନ୍ତେ ସରକାର ଗ୍ରହଣ କରୁଥିବା ପଦକ୍ଷେପ ବିଷୟରେ ମଧ୍ୟ ସୂଚନା ଦେଇଛନ୍ତି।
ଗତ ୬ ଦିନ ମଧ୍ୟରେ ଦେଶରେ ୩.୭୭ କୋଟି ଲୋକଙ୍କୁ ଟିକା ଦିଆଯାଇଛି ଯାହାକି ମାଲେସିଆ, ସାଉଦି ଆରବ ଏବଂ
କାନାଡ଼ାର ମୋଟ ଜନସଂଖ୍ୟା ଠାରୁ ଅଧିକ। ସମୀକ୍ଷା ବୈଠକରେ ଆହୁରି ଆଲୋଚନା କରାଯାଇଥିଲା ଯେ ଦେଶର ୧୨୮ଟି ଜିଲ୍ଲାରେ ୪୫+ ବର୍ଷରୁ ଅଧିକ ଆୟୁବର୍ଗର ୫୦%ରୁ ଅଧିକ ନାଗରିକଙ୍କୁ ଟିକାକରଣ କରାଯାଇସାରିଛି ଏବଂ ୧୬ଟି ଜିଲ୍ଲାରେ ୪୫+ ଆୟୁ ବର୍ଗର ଲୋକଙ୍କ ଟିକାଦାନ ମାତ୍ରା ୯୦%ରୁ ମଧ୍ୟ ଅଧିକ ହୋଇସାରିଛି। ଦେଶରେ ଟିକାକରଣର ମାତ୍ରାରେ ଘଟିଥିବା ବୃଦ୍ଧିରେ ପ୍ରଧାନମନ୍ତ୍ରୀ ସନ୍ତୋଷ ବ୍ୟକ୍ତ କରିବା ସହ ଏହି ମାତ୍ରାକୁ ଜାରି ରଖିବା ଜରୁରି ବୋଲି ପରାମର୍ଶ ଦେଇଛନ୍ତି।
ଅଧିକାରୀମାନେ ପ୍ରଧାନମନ୍ତ୍ରୀଙ୍କୁ ଦେଇଥିବା ସୂଚନା ଅନୁସାରେ ଲୋକମାନଙ୍କ ନିକଟରେ ଟିକାକରଣ ନିମନ୍ତେ ପହଞ୍ଚିବା ସକାଶେ ଅଭିନବ ଉପାୟମାନ ଅବଲମ୍ବନ ନିମନ୍ତେ ସେମାନେ ଏବେ ରାଜ୍ୟ ସରକାରମାନଙ୍କ ସହ ପରାମର୍ଶ କରୁଛନ୍ତି। ଅଭିନବ ଏନଜିଓ ତଥା ଅନ୍ୟାନ୍ୟ ସାମାଜିକ ଅନୁଷ୍ଠାନମାନଙ୍କୁ ଏହି କାର୍ଯ୍ୟରେ ସାମିଲ କରିବା ସକାଶେ ପ୍ରଧାନମନ୍ତ୍ରୀ
ପରାମର୍ଶ ଦେଇଛନ୍ତି।
ପ୍ରଧାନମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଯେ, ରାଜ୍ୟମାନଙ୍କ ସହିତ ଘନିଷ୍ଠ ସହଯୋଗ ରକ୍ଷା ପୂର୍ବକ ଏହା ସୁନିଶ୍ଚିତ କରାଯିବା ଜରୁରି ଯେ ଟେଷ୍ଟିଂ ମାତ୍ରା ଯେଭଳି ହ୍ରାସ ନପାଏ। କାରଣ ଯେକୌଣସି କ୍ଷେତ୍ରରେ ସଂକ୍ରମଣକୁ ଆୟତ୍ତ କରିବା ସକାଶେ ଟ୍ରାକିଂ ଏବଂ କଣ୍ଟେନମେଣ୍ଟ ଏକାନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଛନ୍ତି। ଏହି ଅଧିକାରୀମାନେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି ଯେ, କୋୱିନ୍‍ ପ୍ଲାଟଫର୍ମ ପ୍ରତି ଏବେ ବିଶ୍ୱବ୍ୟାପୀ ଆଗ୍ରହ ପ୍ରକାଶ ପାଇଛି। ପ୍ରଧାନମନ୍ତ୍ରୀ କହିଛନ୍ତିଯେ ଯେଉଁସବୁ ରାଷ୍ଟ୍ରମାନେ କୋୱିନ୍‍ ଭଳି ଭାରତର ଉନ୍ନତ ପ୍ରଯୁକ୍ତି ସାମର୍ଥ୍ୟ ପ୍ରତି ଆଗ୍ରହ ପ୍ରକଟ କରିଛନ୍ତି ସେମାନଙ୍କୁ ସହାୟତା ଯୋଗାଇ ଦିଆଯିବା ଆବଶ୍ୟକ।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ...

Related Articles

Popular Categories