www.samajalive.in
Wednesday, December 10, 2025
26.1 C
Bhubaneswar

ସିଏଏ କୌଣସି ଭାରତୀୟ ନାଗରିକଙ୍କୁ ପ୍ରଭାବିତ କରିବ ନାହିଁ : ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ସଂସଦରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବରେ ବିବୃତି ରଖିଛନ୍ତି । ଏହି ଅବସରରେ ନାଗରିକତା ସଂଶୋଧନ ଆଇନ ସଂକ୍ରାନ୍ତରେ ବିସ୍ତୃତ ବିବୃତି ରଖି ପ୍ରଧାନମନ୍ତ୍ରୀ ଗୃହକୁ ଆଶ୍ୱାସନା ଦେଇଥିଲେ ଯେ ଏହି ଆଇନ ଦ୍ୱାରା କେହି ଜଣେ ହେଲେ ଭାରତୀୟ ନାଗରିକ ପ୍ରଭାବିତ ହେବେ ନାହିଁ । ପ୍ରଧାନମନ୍ତ୍ରୀ ତାଙ୍କ ଅଭିଭାଷଣରେ ପୂର୍ବ ସରକାରଗୁଡ଼ିକର କାର୍ୟ୍ୟ ପ୍ରକ୍ରିୟା ବିଷୟରେ ଉଲ୍ଲେଖ କରିଥିଲେ, ଯେଉଁମାନେ ଏହି ସମାନ ମାର୍ଗରେ ହିଁ ଚାଲିଥିଲେ । ମୋଦୀ କହିଥିଲେ ଯେ, ପଡ଼ୋଶୀ ଦେଶରେ ଉତ୍ପୀଡ଼ନର ଶିକାର ହେଉଥିବା ଶରଣାର୍ଥୀମାନଙ୍କୁ ଭାରତରେ ଆଶ୍ରୟ ଦେବା ପାଇଁ ଆବଶ୍ୟକ ହେଲେ ଆଇନରେ ସଂଶୋଧନ ଆଣିବା ଲାଗି ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହରୁ ମଧ୍ୟ ଚାହୁଁଥିଲେ ।

- Advertisement -

ପ୍ରଧାନମନ୍ତ୍ରୀ କହିଥିଲେ ଯେ କେତେକ ରାଜନୈତିକ ଦଳ ଭାରତକୁ ଭାଗ ଭାଗ କରିବା ଲାଗି ପାକିସ୍ତାନର ଏଜେଣ୍ଡାକୁ ଆଗେଇ ନେବାର କାର୍ୟ୍ୟ କରୁଛନ୍ତି । ସିଏଏ କୌଣସି ଭାରତୀୟ ନାଗରିକଙ୍କୁ ପ୍ରଭାବିତ କରିବ ନାହିଁ ବୋଲି ସେ ଲୋକସଭାରେ ଆଶ୍ୱାସନା ଦେଇଥିଲେ।ସିଏଏ ଲାଗୁ ହେବା ଦ୍ୱାରା ଧର୍ମ, ବିଶ୍ୱାସ ନିର୍ବିଶେଷରେ ଭାରତର କେହି ଜଣେ ହେଲେ ନାଗରିକ ପ୍ରଭାବିତ ହେବେ ନାହିଁ ବୋଲି ମୁଁ ସ୍ପଷ୍ଟ କରିଦେବାକୁ ଚାହେଁ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ ।

Hot this week

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

Related Articles

Popular Categories