www.samajalive.in
Monday, December 15, 2025
16.1 C
Bhubaneswar

ଅହମ୍ମଦାବାଦ ମେଟ୍ରୋ ରେଳ ପ୍ରକଳ୍ପ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅହମ୍ମଦାବାଦ ମେଟ୍ରୋ ରେଳ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟକୁ ଉଦ୍‍ଘାଟନ କରିଛନ୍ତି। ମେଟ୍ରୋ ରେଳରେ ଯାତ୍ରା କରି ପ୍ରଧାନମନ୍ତ୍ରୀ ପିଲାମାନଙ୍କ ସହ ବାର୍ତ୍ତାଳାପ କରିଛନ୍ତି। ଏହି ଅବସରରେ ସେ ମଧ୍ୟ ଦ୍ୱିତୀୟ ପର୍ଯ୍ୟାୟ ମେଟ୍ରୋର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ କେବଳ ଯୋଗାଯୋଗ ବୃଦ୍ଧି କରିବ ତାହା ନୁହେଁ ଯାତ୍ରା ସମୟ କମ୍‍ କରିବା ସହ ସହରାଞ୍ଚଳରେ ଜୀବନଯାତ୍ରା ସହଜ କରିବ।ଜାମନଗରଠାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦ୍‍ଘାଟନ ପରେ ପ୍ରଧାନମନ୍ତ୍ରୀ ମୋଦୀ ବିରୋଧୀ ଦଳଗୁଡ଼ିକୁ ସମାଲୋଚନା କରି ସଶସ୍ତ୍ର ବାହିନୀର ବୀରତ୍ୱ ପ୍ରତି ପ୍ରଶ୍ନବାଚୀ ନ ଉଠାଇବାକୁ କହିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଜାମନଗରଠାରେ ୭୫୦ ଶଯ୍ୟା ବିଶିଷ୍ଟ ଗୁରୁଗୋବିନ୍ଦ ସିଂହ ହସ୍ପିଟାଲ୍‍ ଆନେକ୍ସି ଓ ନବନିର୍ମିତ ପି.ଜି. ହଷ୍ଟେଲ୍‍କୁ ଉଦ୍‍ଘାଟନ କରିଥିଲେ।

Hot this week

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

Related Articles

Popular Categories