www.samajalive.in
Friday, December 12, 2025
19.1 C
Bhubaneswar

ପଶ୍ଚିମବଙ୍ଗ ଦୁର୍ଗା ପୂଜା ମଣ୍ଡପ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନସିଂ ଜରିଆରେ ପଶ୍ଚିମବଙ୍ଗର ଦୁର୍ଗା ପୂଜା ମଣ୍ଡପକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ସେ ଲୋକମାନଙ୍କୁ ଅଭିବାଦନ ଜଣାଇଛନ୍ତି। ବିଜେପି ମହିଳା ମୋର୍ଚ୍ଚା ଉଦ୍ୟମରେ ପୂର୍ବାଞ୍ଚଳ ଜୋନାଲ ସାଂସ୍କୃତିକ କେନ୍ଦ୍ରରେ ଦୁର୍ଗା ପୂଜା ଆୟୋଜିତ ହୋଇଥିଲା। ଏହାକୁ ଉଦଘାଟନ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ପରିସ୍ଥିତି ଯାହା ବି ହେଉ, ଦୁର୍ଗା ପୂଜା ସମୟରେ ସମଗ୍ର ଦେଶ ବଙ୍ଗଳା ହୋଇଯାଏ।

- Advertisement -

ଶ୍ରୀ ମୋଦୀ ସମସ୍ତଙ୍କୁ ଦୁର୍ଗା ପୂଜା ଏବଂ ଆଗାମୀ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି ଯେ ଏଥର କରୋନା ମହାମାରୀ ମଧ୍ୟରେ ଦୁର୍ଗା ପୂଜା କରାଯାଉଛି, ତେଣୁ କୋଭିଡ ନିର୍ଦ୍ଦେଶାବଳୀ ଅନୁସରଣ କରିବା ଉପରେ ବିଶେଷ ଗୁରୁତ୍ୱ ଦିଆଯିବା ଉଚିତ। ସାମାଜିକ ଦୂରତା ବଜାୟ ରଖିବା ଏବଂ ମାସ୍କ ପିନ୍ଧିବା ପାଇଁ ପ୍ରଧାନମନ୍ତ୍ରୀ ସମସ୍ତଙ୍କୁ ନିବେଦନ କରିଛନ୍ତି। ସେ କହିଛନ୍ତି, ଦୁର୍ଗା ପୂଜାର ମହନୀୟତା ବଜାୟ ରଖି ସଭିଏଁ ଅପାର ନିୟନ୍ତ୍ରଣ ଏବଂ ପ୍ରତିବଦ୍ଧତା ପ୍ରଦର୍ଶନ କରିଛନ୍ତି।

Hot this week

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

Related Articles

Popular Categories