www.samajalive.in
Saturday, December 6, 2025
16.1 C
Bhubaneswar

ଆରମ୍ଭ ହେଲା ରୋଜଗାର ମେଳା : ୭୫ ହଜାରଙ୍କୁ ନିଯୁକ୍ତି ପତ୍ର

ନୂଆଦିଲ୍ଲୀ :  ୧୦ଲକ୍ଷ ଲୋକଙ୍କ ପାଇଁ ରୋଜଗାର ମେଳାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଶନିବାର ଏହି ଅବସରରେ ବିଭିନ୍ନ କେନ୍ଦ୍ର ସରକାରୀ ପଦବୀ ପାଇଁ ୭୫ ହଜାର ପ୍ରାର୍ଥୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାଯାଇଛି ।

ଏହି ଅବସରରେ ଉଦ୍‌‌ବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ କରିବା ଲାଗି ସରକାରଙ୍କର ଏହା ଏକ ଐତିହାସିକ ପଦକ୍ଷେପ । ସେ କହିଛନ୍ତି ଗତ ୮ ବର୍ଷ ମଧ୍ୟରେ ଲୋକମାନଙ୍କୁ ନିଯୁକ୍ତି ପ୍ରଦାନ କରିବା ଓ ଆତ୍ମନିଯୁକ୍ତି ପାଇଁ ସୁଯୋଗ ସୃଷ୍ଟି କରିବା ଲାଗି ସରକାର ଅନେକ ପଦକ୍ଷେପ ନେଇଛନ୍ତି । ସେ କହିଛନ୍ତି ଭାରତ ପ୍ରତ୍ୟେକ କ୍ଷେତ୍ରରେ ସ୍ୱାବଲମ୍ବୀ ହେବା ଆଡ଼କୁ ଅଗ୍ରସର ହେଉଛି । ପ୍ରତ୍ୟେକଙ୍କ ଅବଦାନରେ ଦେଶ ଉନ୍ନତ ରାଷ୍ଟ୍ରରେ ପରିଣତ ହୋଇପାରିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।
ଅନ୍ୟପକ୍ଷରେ କର୍ମଚାରୀ, ସର୍ବସାଧାରଣ ଅଭିଯୋଗ ଓ ପେନ୍‌‌ସନ୍‌‌ ବିଭାଗ ରାଷ୍ଟ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ କହିଛନ୍ତି ଆଜି ୭୫ ହଜାର ପ୍ରାର୍ଥୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାଯାଇଥିବାରୁ ଏହା ହେଉଛି ଏକ ଐତିହାସିକ ଦିବସ । ସେ କହିଛନ୍ତି ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଯୁବକମାନଙ୍କର କଲ୍ୟାଣ ଲାଗି ଅନେକ ପଦକ୍ଷେପ ନିଆଯାଇଛି ଓ ସେମାନଙ୍କୁ ବିଭିନ୍ନ କ୍ଷେତ୍ରରେ ନିଯୁକ୍ତି ପ୍ରଦାନ କରାଯାଉଛି । ପ୍ରତ୍ୟେକ ମନ୍ତ୍ରଣାଳୟ ଓ ବିଭାଗ ଖାଲି ଥିବା ପଦବୀ ଗୁଡ଼ିକର ପୂରଣ ପାଇଁ
ମିଶନ ମୋଡ୍‌‌ରେ କାର୍ଯ୍ୟ କରୁଛନ୍ତି । କେନ୍ଦ୍ର ସରକାରଙ୍କ ୩୮ଟି ମନ୍ତ୍ରଣାଳୟ ଓ ବିଭାଗରେ ପ୍ରାର୍ଥୀମାନଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି । ସେମାନେ ଗ୍ରୁପ୍‌‌-ଏ, ବି ଓ ସି ବର୍ଗରେ କାର୍ଯ୍ୟ କରିବେ ।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories