www.samajalive.in
Sunday, December 14, 2025
26.1 C
Bhubaneswar

ସମ୍ବଲପୁର ଆଇଆଇଏମ କ୍ୟାମ୍ପସର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ; ୨୦୦ ଏକର ଜାଗାରେ ନିର୍ମାଣ ହେବ ଅନୁଷ୍ଠାନ, ଖର୍ଚ୍ଚ ହେବ ୪୦୦ କୋଟି

ବୁର୍ଲା: ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ମ୍ୟାନେଜମେଣ୍ଟ (ଆଇଆଇଏମ) ସମ୍ବଲପୁର କ୍ୟାମ୍ପସର ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଶନିବାର ଭିଡିଓ କନ୍‌ଫରେନ୍ସ ଜରିଆରେ ପ୍ରଧାନମନ୍ତ୍ରୀ ଏହାର ଶିଳାନ୍ୟାସ କରିଥିବାବେଳେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏଥିରେ ଯୋଗଦେଇଥିଲେ।

- Advertisement -

ବୁର୍ଲା ନିକଟ ବସନ୍ତପୁରଠାରେ ଶିଳାନ୍ୟାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏ ନେଇ ଆୟୋଜି ସଭାସ୍ଥଳରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଯୋଗଦେଇଥିଲେ। ଆଇଆଇଏମର ସ୍ଥାୟୀ କ୍ୟାମ୍ପସ ପାଇଁ ମୋଟ ୪୦୧.୯ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଛି। ଏହି କ୍ୟାମ୍ପସ ୨୦୦ ଏକର ଜାଗାରେ ନିର୍ମାଣ କରାଯିବ। ଆସନ୍ତା ୨ ବର୍ଷ ମଧ୍ୟରେ ଅର୍ଥାତ ଏପ୍ରିଲ ୨୦୨୨ ସୁଦ୍ଧା  ନିର୍ମାଣ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି।  ଏହି ନୂତନ କ୍ୟାମ୍ପସକୁ ସୋଲାରଯୁକ୍ତ କରିବାକୁ ଉଦ୍ୟମ କରାଯିବ।

ସୂଚନାଯୋଗ୍ୟ, ବର୍ତ୍ତମାନ ପର୍ଯ୍ୟନ୍ତ ସମ୍ବଲପୁର ଆଇଆଇଏମ ଦେଶର ସର୍ବଶ୍ରେଷ୍ଠ ଆଇଆଇଏମ ହୋଇ ପାରିଛି। ସମ୍ବଲପୁରରେ ଆଇଆଇଏମ ପ୍ରତିଷ୍ଠା ଦିନଠାରୁ ଏହା ପ୍ରଥମେ ଏକ ଘରୋଇ କଲେଜ ଏବଂ ପରେ ବୁର୍ଲା ଜ୍ୟୋତି ବିହାର ୟୁନିଭର୍ସିଟିର ଅସ୍ଥାୟୀ କ୍ୟାମ୍ପସରେ ଚାଲୁଛି।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories