www.samajalive.in
Monday, December 15, 2025
26.1 C
Bhubaneswar

ଆସିଆନ -ଭାରତ ଶିଖର ସମ୍ମିଳନୀ ଅବସରରେ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୋଦୀ

ଡେସ୍କ: ଭିଏତନାମର ଲାଓ-ପିଡିଆର ଠାରେ ଆସିଆନ-ଭାରତ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନ୍ୟୁଜିଲାଣ୍ଡର ପ୍ରଧାନମନ୍ତ୍ରୀ ଖ୍ରୀଷ୍ଟାଫର ଲକ୍ସନଙ୍କୁ ଭେଟିଛନ୍ତି। ଦୁଇ ନେତାଙ୍କ ମଧ୍ୟରେ ଏହା ପ୍ରଥମ ସାକ୍ଷାତ।

ଦୁଇ ପ୍ରଧାନମନ୍ତ୍ରୀ ବ୍ୟବସାୟ, ନିବେଶ, ପ୍ରତିରକ୍ଷା, ନବୀକରଣୀୟ ଶକ୍ତି, ଶିକ୍ଷା, ଡାଏରୀ, କୃଷି ପ୍ରଯୁକ୍ତି, କ୍ରୀଡ଼ା, ପର୍ଯ୍ୟଟନ, ଅନ୍ତରୀକ୍ଷ ଏବଂ ଲୋକଙ୍କ ସହ ଲୋକଙ୍କର ଭାବ ବିନିମୟ ଆଦି ଅନେକ କ୍ଷେତ୍ରରେ ଦ୍ୱିପାକ୍ଷିକ ସମ୍ପର୍କକୁ ସୁଦୃଢ଼ କରିବା ନେଇ ଆଲୋଚନା କରିଥିଲେ। କ୍ରମାଗତ ଉଚ୍ଚସ୍ତରୀୟ ସମ୍ପର୍କ ପ୍ରତିଷ୍ଠା କରାଯାଇଥିବାରୁ ଦ୍ୱିପାକ୍ଷିକ ସମ୍ପର୍କ ମଜବୁତ ହୋଇପାରିଛି। ଏହି ପ୍ରସଙ୍ଗରେ ସେ ନିକଟରେ ଭାରତର ରାଷ୍ଟ୍ରପତିଙ୍କ ନ୍ୟୁଜିଲାଣ୍ଡ ଗସ୍ତ କଥା ମନେ ପକାଇଥିଲେ, ଯାହାକି ଏକ ବଡ଼ ସଫଳତା ଥିଲା।

- Advertisement -

ଆନ୍ତର୍ଜାତିକ ସୌର ମେଣ୍ଟରେ ସାମିଲ ହେବା ନେଇ ନ୍ୟୁଜିଲାଣ୍ଡର ନିଷ୍ପତ୍ତିକୁ ପ୍ରଧାନମନ୍ତ୍ରୀ ମୋଦୀ ସ୍ୱାଗତ କରିଥିଲେ। ଦୁଇ ପ୍ରଧାନମନ୍ତ୍ରୀ ବହୁପକ୍ଷୀୟ ମଞ୍ଚରେ ସହଯୋଗକୁ ଅଧିକ ମଜବୁତ୍ କରିବା ନେଇ ନିଜ ନିଜର ପ୍ରତିବଦ୍ଧତା ଦୋହରାଇଥିଲେ ଏବଂ ଭାରତ-ନ୍ୟୁଜିଲାଣ୍ଡ ସମ୍ପର୍କକୁ ଅଧିକ ଶୀର୍ଷକୁ ନେଇଯିବା ଦିଗରେ ପ୍ରତିବଦ୍ଧତାକୁ ମଧ୍ୟ ଦୋହରାଇଥିଲେ।

ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ପ୍ରଧାନମନ୍ତ୍ରୀ ଶ୍ରୀ ଲକ୍ସନଙ୍କୁ ସୁବିଧା ଅନୁସାରେ ଭାରତ ଆସିବାକୁ ନିମନ୍ତ୍ରଣ କରିଥିଲେ, ଯାହାକୁ ସେ ସ୍ୱୀକାର କରିଥିଲେ।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories