www.samajalive.in
Monday, December 8, 2025
14.1 C
Bhubaneswar

୧୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ: ସୁଭଦ୍ରା ଯୋଜନାର କରିବେ ଶୁଭାରମ୍ଭ

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୧୭ରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ଚୂଡାନ୍ତ ହୋଇଛି। ଓଡ଼ିଶା ଗସ୍ତରେ ଆସି ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହେବାକୁ ଥିବା ସୁଭଦ୍ରା ଯୋଜନାରେ ହିତାଧିକାରୀଙ୍କୁ ସହାୟତା ରାଶି ପ୍ରଦାନ କରି ଏହାର ଶୁଭାରମ୍ଭ କରିବେ। ଏହି ଯୋଜନା ସହିତ ପ୍ରଧାନମନ୍ତ୍ରୀ ଅନ୍ୟ ‌େକତେକ ଜନ କଲ୍ୟାଣକାରୀ ଯୋଜନାର ଶୁଭାରମ୍ଭ ଓ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି। ଉକ୍ତଦିନ ସକାଳ ୧୧ଟା ୩୫ରେ ସେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ। ୧୧ଟା ୪୦ରେ ସେ ବିମାନବନ୍ଦରରୁ ସଡ଼କ ପଥରେ ଆସି ୧୧ଟା ୫୫ରେ ଜନତା ମଇଦାନରେ ପହଞ୍ଚିବେ। ସଭା ଶେଷ ହେବା ପରେ ଅପରାହ୍ଣ ୧ଟା ୫ ମିନିଟରେ ପ୍ରଧାନମନ୍ତ୍ରୀ ଜନତା ମଇଦାନରୁ ବିମାନବନ୍ଦର ଅଭିମୁଖେ ଯାତ୍ରା କରିବେ। ୧ଟା ୨୫ ମିନିଟରେ ସେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories