www.samajalive.in
Thursday, December 11, 2025
27.1 C
Bhubaneswar

ତିନି ଦିନିଆ ଫ୍ରାନ୍ସ ଏବଂ ୟୁଏଇ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ ୧୩ରୁ ୧୫ ପର୍ଯ୍ୟନ୍ତ ଫ୍ରାନ୍ସ ଏବଂ ସଂଯୁକ୍ତ ଆରବ ଏମିରେଟ୍ସ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ସୂଚନା ଅନୁଯାୟୀ, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରନ୍‌‍ଙ୍କ ଆମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଜୁଲାଇ ୧୩ରୁ ୧୪ ଯାଏଁ ପ୍ୟାରିସ ଗସ୍ତ କରିବେ। ୧୪ରେ ଶ୍ରୀ ମୋଦୀ ବଷ୍ଟିଲ୍ ଡେ ପ୍ୟାରେଡରେ ସମ୍ମାନିତ ଅତିଥି ଭାବରେ ଯୋଗ ଦେବେ। ଚଳିତ ଥର ବଷ୍ଟିଲ୍ ଡେ ପ୍ୟାରେଡରେ ଭାରତୀୟ ସଶସ୍ତ୍ର ବାହିନୀ ପକ୍ଷରୁ ତିନିଟି ଦଳ ଅଂଶଗ୍ରହଣ କରିବେ। ଆଜି ଏ ସମ୍ପର୍କରେ ବିଦେଶ ସଚିବ ବିନୟ କ୍ଵାତ୍ରା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ଏହି ଗସ୍ତ କାଳରେ ପ୍ରଧାନମନ୍ତ୍ରୀ ମୋଦୀ ଫ୍ରାନ୍ସ ରାଷ୍ଟ୍ରପତି ମାକ୍ରନ୍‌‍ଙ୍କ ସହ ବିଭିନ୍ନ ଦ୍ୱିପାକ୍ଷିକ ଓ ବିଶ୍ୱ ପ୍ରସଙ୍ଗ ସମ୍ବନ୍ଧରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତି ମାକ୍ରନ୍ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ସମ୍ମାନାର୍ଥେ ଏକ ସରକାରୀ ଭୋଜି ସହିତ ଏକ ବ୍ୟକ୍ତିଗତ ରାତ୍ରୀଭୋଜନର ମଧ୍ୟ ଆୟୋଜନ କରିବେ।

- Advertisement -

ପ୍ରଧାନମନ୍ତ୍ରୀ ଫ୍ରାନ୍ସର ପ୍ରଧାନମନ୍ତ୍ରୀଙ୍କ ସହିତ ସିନେଟ ଏବଂ ଫ୍ରାନ୍ସର ନେସନାଲ ଆସେମ୍ଳିର ସଭାପତିଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି। ସେ ଫ୍ରାନ୍ସରରେ ଥିବା ପ୍ରବାସୀ ଭାରତୀୟ, ଭାରତୀୟ ଏବଂ ଫରାସୀ କମ୍ପାନୀର ସିଇଓ ଏବଂ ଫ୍ରାନ୍ସର ବିଶିଷ୍ଟ ବ୍ୟକ୍ତିତ୍ୱଙ୍କ ସହ ପୃଥକ ଭାବରେ ଆଲୋଚନା କରିବେ।

ଚଳିତ ବର୍ଷ ଭାରତ – ଫ୍ରାନ୍ସ ରଣନୀତିକ ସହଯୋଗର ୨୫ ତମ ବାର୍ଷିକୀ ପାଳନ କରାଯାଉଛି, ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଭବିଷ୍ୟତ ପାଇଁ ରଣନୀତିକ, ସାଂସ୍କୃତିକ, ବୈଜ୍ଞାନିକ, ଶିକ୍ଷା ଏବଂ ଅର୍ଥନୈତିକ ସହଯୋଗ ଭଳି ବିଭିନ୍ନ କ୍ଷେତ୍ରରେ ସହଭାଗିତାର ରୂପରେଖ ପ୍ରସ୍ତୁତ କରିବାର ସୁଯୋଗ ପ୍ରଦାନ କରିବ ବୋଲି ଆଶା କରାଯାଉଛି।

ପରେ ପ୍ରଧାନମନ୍ତ୍ରୀ ଜୁଲାଇ ୧୫ରେ ଆବୁଧାବି ଗସ୍ତ କରି ୟୁଏଇର ରାଷ୍ଟ୍ରପତି ତଥା ଆବୁଧାବିର ଶାସକ ଶେଖ ମହମ୍ମଦ ବିନ୍‍ ଜାୟେଦ ଅଲ ନାହ୍ୟାନଙ୍କ ସହିତ ଆଲୋଚନା କରିବେ। ଭାରତ-ୟୁଏଇର ବ୍ୟାପକ ରଣନୀତିକ ଭାଗିଦାରୀ କ୍ରମାଗତ ଭାବରେ ମଜବୁତ ହୋଇଛି ଏବଂ ଶକ୍ତି, ଶିକ୍ଷା, ସ୍ୱାସ୍ଥ୍ୟସେବା, ଖାଦ୍ୟ ନିରାପତ୍ତା, ଫିନଟେକ୍‌, ପ୍ରତିରକ୍ଷା ଏବଂ ସଂସ୍କୃତି ଭଳି ବିଭିନ୍ନ କ୍ଷେତ୍ରରେ ଏହାକୁ ଆଗକୁ ନେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଏକ ସୁଯୋଗ ହେବ। ଏହା ମଧ୍ୟ ବିଶ୍ୱସ୍ତରୀୟ ପ୍ରସଙ୍ଗରେ ସହଯୋଗ ଉପରେ ଆଲୋଚନା କରିବାର ଏକ ସୁଯୋଗ ହେବ, ବିଶେଷକରି ୟୁଏନଏଫସିସିର ସିଓପି-୨୮ ର ୟୁଏଇର ରାଷ୍ଟ୍ରପତି ଏବଂ ଭାରତର ଜି -୨୦ ଅଧ୍ୟକ୍ଷତା ପରିପ୍ରେକ୍ଷୀରେ ଯେଉଁଥିରେ ୟୁଏଇ ଏକ ସ୍ୱତନ୍ତ୍ର ଆମନ୍ତ୍ରିତ ସଦସ୍ୟ ଅଟେ।

Hot this week

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

ଗୋଆ ଅଗ୍ନିକାଣ୍ଡ : ମାଲିକ ଲୁଥ୍ରା ଭ୍ରାତାଙ୍କୁ ଅଟକ ରଖିଛି ଥାଇଲାଣ୍ଡ ପୁଲିସ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

Related Articles

Popular Categories