www.samajalive.in
Saturday, December 6, 2025
16.1 C
Bhubaneswar

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜାପାନ ଗସ୍ତ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ଶନିବାର ଠାରୁ ଜାପାନ ଗସ୍ତରେ ଯିବେ। ପ୍ରଧାନମନ୍ତ୍ରୀଙ୍କ ଆଗାମୀ ବିଦେଶ ଗସ୍ତ ସଂପର୍କରେ ଗଣମାଧ୍ୟମକୁ ସୂଚନା ଦେଇ ବିଦେଶ ସଚିବ ବିଜୟ ଗୋଖଲେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ତ୍ରୟୋଦଶ ଭାରତ-ଜାପାନ ବାର୍ଷିକ ଶିଖର ବୈଠକରେ ଯୋଗ ଦେବେ।
ପ୍ରଧାନମନ୍ତ୍ରୀ ତାଙ୍କର ଜାପାନ ପ୍ରତିପକ୍ଷ ସିଞ୍ଜୋ ଆବେଙ୍କ ସହ ଦ୍ୱିପାକ୍ଷିକ ସହଯୋଗ ବିଷୟରେ ମଧ୍ୟ ଆଲୋଚନା କରିବେ। ପ୍ରତିରକ୍ଷା ଏବଂ ଆଞ୍ଚଳିକ ସୁରକ୍ଷା ପ୍ରସଙ୍ଗରେ ମଧ୍ୟ ଦୁଇ ନେତା ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଶ୍ରୀ ଗୋଖଲେ କହିଛନ୍ତି, ଭାରତ ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ପାରସ୍ପରିକ ସହଯୋଗ ମୁଖ୍ୟ ପ୍ରସଙ୍ଗ ଭାବେ ଆଲୋଚନାରେ ସ୍ଥାନ ପାଇବ। ଏହି ବୈଠକ ପରେ ଅନେକଗୁଡ଼ିଏ ରାଜିନାମା ସ୍ୱାକ୍ଷର ହେବାର ଆଶା କରାଯାଉଛି। ଏହି ଗସ୍ତ କାଳରେ ଶ୍ରୀ ମୋଦି ଫୁଜି ପର୍ବତ ପାଦଦେଶରେ ଅବସ୍ଥିତ ୟାମାନାସି ପରିଭ୍ରମଣ କରିବେ ଏବଂ ଟୋକିଓଠାରେ ଏକ
ଗୋଷ୍ଠୀ କାର୍ଯ୍ୟକ୍ରମରେ ଉଦବୋଧନ ଦେବେ। ସେ ମଧ୍ୟ ଅନେକଗୁଡ଼ିଏ ବ୍ୟବସାୟିକ କାର୍ଯ୍ୟକ୍ରମରେ ଯୋଗ ଦେବା ସହିତ ବିଜ୍‍ନେସ ଫୋରମ୍‍କୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି।

Hot this week

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories