www.samajalive.in
Friday, December 5, 2025
20.1 C
Bhubaneswar

ଶପଥ ଗ୍ରହଣ ପୂର୍ବରୁ ବାପୁ, ଅଟଳଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ମୋଦୀ

ନୂଆଦିଲ୍ଲୀ: ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି ନରେନ୍ଦ୍ର ମୋଦୀ। ଏଥିପାଇଁ ରାଷ୍ଟ୍ରପତି ଭବନ ପରିସରରେ ସମସ୍ତ ପ୍ରସ୍ତୁତି କରାଯାଇଛି। ଆଜି ସନ୍ଧ୍ୟା ୭ଟା ୧୫ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ଏହାପୂର୍ବରୁ ଆଜି ସକାଳେ ସେ ରାଜଘାଟ ଯାଇ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଇଛନ୍ତି। ଏହାସହ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସମାଧିସ୍ଥଳରେ ପହଞ୍ଚି ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ସେଠାରୁ ସିଧାସଳଖ ୱାର ମେମୋରିଆଲରେ ପହଞ୍ଚି ସହିଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ସମୟରେ ତାଙ୍କ ସହ ରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବଂ ବିଜେପି ରାଷ୍ଟ୍ର ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ଥିଲେ। ତେବେ ତୃତୀୟ ଥର ପ୍ରଧାନମନ୍ତ୍ରୀ ଭାବେ ସେବା କରିବାର ସୁଯୋଗ ଦେଇଥିବାରୁ ମୋଦୀ ଦେଶବାସୀଙ୍କୁ କୃତଜ୍ଞତା ଜଣାଇଛନ୍ତି। ମୋଦୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ଏକାଧିକ ବିଦେଶୀ ରାଷ୍ଟ୍ରମୁଖ୍ୟଙ୍କୁ ଆମନ୍ତ୍ରଣ କରାଯାଇଛି। ଏମାନଙ୍କ ମଧ୍ୟରୁ ୭ ରାଷ୍ଟ୍ରମୁଖ୍ୟ ଭାରତ ଆସୁଥିବା ବିଦେଶ ମନ୍ତ୍ରଣାଳୟ ସୂତ୍ରରୁ ଜଣାପଡିଛି।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories