ଅର୍ଥନୀତିଜ୍ଞଙ୍କ ସହ ପ୍ରାକ୍ ବଜେଟ୍ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ନୀତି ଆୟୋଗର ବିଶିଷ୍ଟ ଅର୍ଥନୀତିଜ୍ଞମାନଙ୍କ ସହ ପ୍ରାକ୍ ବଜେଟ୍ ଆଲୋଚନାରେ ଅଂଶଗ୍ରହଣ କରିଛନ୍ତି। ବୈଠକରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, ନୀତି ଆୟୋଗ ସିଇଓ ବି ଭି ଆର୍ ସୁବ୍ରମଣ୍ୟମ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।
କେନ୍ଦ୍ର ବଜେଟ୍ ୨୦୨୫-୨୬ ପାଇଁ ପ୍ରାକ୍ ବଜେଟ୍ ଆଲୋଚନା ଚଳିତ ମାସ ୬ ତାରିଖରୁ ଆରମ୍ଭ ହୋଇଛି। ଶ୍ରୀମତୀ ସୀତାରମଣ ବିଭିନ୍ନ ରାଜ୍ୟର ଅର୍ଥମନ୍ତ୍ରୀ, କୃଷକ ସଙ୍ଗଠନ, ଅର୍ଥନୀତିଜ୍ଞ ଏବଂ ଏମଏସଏମଇମାନଙ୍କ ସହ ଆଲୋଚନା କରିଥିଲେ। ଆସନ୍ତା ଫେବ୍ରୁଆରି ପହିଲାରେ କେନ୍ଦ୍ର ଅର୍ଥମନ୍ତ୍ରୀ ଲୋକସଭାରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିବାର ସମ୍ଭାବନା ରହିଛି।
Comments are closed.