www.samajalive.in
Monday, December 8, 2025
24.1 C
Bhubaneswar

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ୧୪୭କିମି ରାସ୍ତାର ଶିଳାନ୍ୟାସ କରିବେ ମୋଦୀ

ଭୁବନେଶ୍ଵର: ଗାନ୍ଧୀ ଜୟନ୍ତୀ​‌ରେ ଓଡିଶାକୁ ଆଉ ଏକ ବଡ ଉପହାର ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପିଏମ ଜନମନ ଯୋଜନାରେ ଓଡିଶାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ୧୪୭ କିମି ରାସ୍ତାର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ। ଦେବଗଡ, ଗଜପତି, ମୋହନା, ରାୟଗଡା, ବାଲିଗୁଡା, ମାଲକାନଗିରି , ଗୁଣୁପର ଏବଂ ସୁନ୍ଦରଗଡ ଜିଲ୍ଲାର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଗମନାଗମନର ସୁବିଧା ପାଇଁ ରାସ୍ତା ନିର୍ମାଣ ହେବ। ଏହାସହ ଆଦିବାସୀ ଅଞ୍ଚଳରେ ଅନେକ ଗୁଡିଏ ଲୋକାଭିମୁଖୀ କାର୍ଯ୍ୟର ଶିଳାନ୍ୟାସ କରିବେ ବୋଲି ଜଣାପଡିଛି। ୨ ଅକ୍ଟୋବରରେ ଝାଡଖଣ୍ଡର ହଜାରୀବାଗ୍ ରୁ ଦେଶର ବିଭିନ୍ନ ରାଜ୍ୟକୁ ୮୩ ହଜାର ୩୦୦ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେବେ ପ୍ରଧାନମନ୍ତ୍ରୀ। ସମସ୍ତ ରାଜ୍ୟର ୫୪୯ ଜିଲ୍ଲା ଏବଂ ୨୭୪୦ ବ୍ଲକରେ ବସବାସ କରୁଥିବା ୬୩ ହଜାର ଗ୍ରାମର ୫ କୋଟି ଆଦିବାସୀଙ୍କ ବିକାଶ ପାଇଁ ଏହି ଯୋଜନା କାର୍ଯ୍ୟ କରିବ।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories