www.samajalive.in
Saturday, December 6, 2025
17.1 C
Bhubaneswar

ଆଜି ତୃତୀୟ ପାଳିର ପ୍ରଥମ କ୍ୟାବିନେଟ୍ ବୈଠକ

ନୂଆଦିଲ୍ଲୀ: ମୋଦି ୩.୦ ସରକାର ଶପଥ ଗ୍ରହଣ ପରେ ଆଜି ପ୍ରଥମ କ୍ୟାବିନେଟ୍ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ତୃତୀୟ ପାଳି ସରକାରର ପ୍ରଥମ କ୍ୟାବିନେଟ୍ ବୈଠକ ବସିପାରେ। ସନ୍ଧ୍ୟା ୫ଟା ରେ ପ୍ରଧାନମନ୍ତ୍ରୀଙ୍କ ଲୋକ କଲ୍ୟାଣ ମାର୍ଗ ବାସଭବନରେ ବସିପାରେ। ସେଠାରେ ୧୦୦ ଦିନ କାର୍ଯ୍ୟ ଖସଡା ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି। ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ତାଙ୍କ କ୍ୟାବିନେଟ୍ ଶପଥ ନେଇଥିଲା। ତୃତୀୟଥର ପ୍ରଧାନମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦୀ। ମୋଦୀ ଏବଂ ଅନ୍ୟ ୭୧ଜଣ ମନ୍ତ୍ରୀ ଶପଥ ନେଇଥିଲେ। ଏମାନଙ୍କ ମଧ୍ୟରେ ୩୦ ଜଣ କ୍ୟାବିନେଟ୍ , ୫ ଜଣ ସ୍ଵାଧୀନ ରାଷ୍ଟ୍ର ମନ୍ତ୍ରୀ , ୩୬ ଜଣ ଅଛନ୍ତି ରାଷ୍ଟ୍ର ମନ୍ତ୍ରୀ। ବିଜେପିର ୬୧ ଓ ସହଯୋଗୀ ଦଳର ୧୧ ଜଣଙ୍କୁ ମିଳିଛି ମନ୍ତ୍ରୀ ପଦ । ମନ୍ତ୍ରୀ ମଣ୍ଡଳରେ ମୋଟ୍ ୨୪ ରାଜ୍ୟକୁ ପ୍ରତିନିଧିତ୍ଵ ମିଳିଛି। ୩୦ କ୍ୟାବିନେଟ୍ ମନ୍ତ୍ରୀଙ୍କ ମଧ୍ୟରେ ବିଜେପିର ୨୫ ଓ ସହଯୋଗୀ ଦଳର ୫ ଅଛନ୍ତି। ୭୨ ଜଣିଆ ମନ୍ତ୍ରୀମଣ୍ଡଳରେ ୩୯ଜଣ ପୂର୍ବରୁ କେନ୍ଦ୍ରରେ ମନ୍ତ୍ରୀ ଥିଲେ। ତେବେ କାହାକୁ କେଉଁ ମନ୍ତ୍ରାଳୟ ମିଳିବ , ତା ଉପରେ ସମସ୍ତଙ୍କ ନଜର ରହିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories