www.samajalive.in
Sunday, December 7, 2025
18.1 C
Bhubaneswar

ଦୁଇ ଦିନିଆ ଦୁବାଇ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ :  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜିଠାରୁ  ଦୁଇ ଦିନିଆ ଦୁବାଇ ଗସ୍ତରେ ଯିବେ । ସେଠାରେ ସେ ବିଶ୍ୱ ଜଳବାୟୁ କ୍ରିୟାନୁଷ୍ଠାନ ଶିଖର ବୈଠକରେ ଯୋଗଦେବେ । ଏହି ସମ୍ମିଳନୀ ସିଓପି-୨୮ର ଏକ ଅଂଶବିଶେଷ । ସଂଯୁକ୍ତ ଆରବ ଏମିରେଟ୍‌‌ସ ଅଧ୍ୟକ୍ଷତାରେ  ଡିସେମ୍ବର ୧୨ ତାରିଖ ପର୍ଯ୍ୟନ୍ତ ସିଓପି-୨୮ ଅନୁଷ୍ଠିତ ହେଉଛି । ଏହି ସମ୍ମିଳନୀ ଜଳବାୟୁ ପରିବର୍ତ୍ତନର ମୁକାବିଲା ପାଇଁ ସାମୂହିକ ପଦକ୍ଷେପ ଗ୍ରହଣ ସକାଶେ ସଦସ୍ୟ ଦେଶଗୁଡ଼ିକୁ ସେମାନଙ୍କର ମତାମତ ଉପସ୍ଥାପନ କରିବାକୁ ସୁଯୋଗ ପ୍ରଦାନ କରିବ। ଗ୍ଲାସ୍‌‌ଗୋରେ ସିଓପି-୨୬ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପଞ୍ଚାମୃତ ନାମକ ୫ଟି ନିର୍ଦ୍ଦିଷ୍ଟ ଲକ୍ଷ୍ୟ ବିଷୟରେ ଉଲ୍ଲେଖ କରିଥିଲେ। ଜଳବାୟୁ ପରିବର୍ତ୍ତନର ମୁକାବିଲା ପାଇଁ ଭାରତର ରଣକୌଶଳର ତାହା ଏକ ଅଂଶବିଶେଷ ଥିଲା । ସେହି
ସମୟରେ ପ୍ରଧାନମନ୍ତ୍ରୀ ମିଶନ ଲାଇଫ୍‌‌ ‘ଷ୍ଟାଇଲ୍‌‌ ଫର୍‌‌ ଏନ୍‌‌ଭାଇରନ୍‌‌ମେଣ୍ଟ’ର ଘୋଷଣା କରିଥିଲେ। ଭାରତ ଜି-୨୦ର ଅଧ୍ୟକ୍ଷ ଥିବା ସମୟରେ ଜଳବାୟୁ ପରିବର୍ତ୍ତନକୁ ଏକ ପ୍ରମୁଖ ପ୍ରସଙ୍ଗ କରିଥିଲା। ନୂଆଦିଲ୍ଲୀ ଲିଡର୍ସ ଡିକ୍ଲାରେସନ୍‌‌ରେ ଜଳବାୟୁ ପରିବର୍ତ୍ତନ ବିଷୟ ପ୍ରମୁଖ ସ୍ଥାନ ଅଧିକାର କରିଥିଲା । ସିଓପି-୨୮ ଏହି ସବୁ ଅଗ୍ରାଧିକାର ବିଷୟଗୁଡ଼ିକୁ ଆଗେଇ ନେବା ପାଇଁ ସୁଯୋଗ ପ୍ରଦାନ କରିବ। ପ୍ରଧାନମନ୍ତ୍ରୀ ତାଙ୍କର ଏହି ଗସ୍ତ ସମୟରେ ବିଶ୍ୱ ନେତୃବୃନ୍ଦଙ୍କ ସହ ଦ୍ୱିପକ୍ଷୀୟ କଥାବାର୍ତ୍ତା କରିବାର କାର୍ଯ୍ୟକ୍ରମ ରହିଛି।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories