www.samajalive.in
Friday, December 12, 2025
15.1 C
Bhubaneswar

ଡିଜିଟାଲ ଇଣ୍ଡିଆର ହିତାଧିକାରୀମାନଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ :  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ଡିଜିଟାଲ ଇଣ୍ଡିଆର ହିତାଧିକାରୀମାନଙ୍କ ସହ ଆଲୋଚନା କରିବେ। ପୂର୍ବାହ୍ନରେ ଭିଡ଼ିଓ କନ୍‍ଫରେନ୍ସିଂ ମାଧ୍ୟମରେ ହେବାକୁଥିବା ଏହି ସ୍ୱତନ୍ତ୍ର ଆଲୋଚନାକୁ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରଣାଳୟ ପକ୍ଷରୁ ଆୟୋଜନ କରାଯାଉଛି। ୨୦୧୫ ମସିହା ଜୁଲାଇ ୧ ତାରିଖରେ ଡିଜିଟାଲ ଇଣ୍ଡିଆ ଅଭିଯାନ ଆରମ୍ଭ ହୋଇଥିଲା।
ଡିଜିଟାଲ ଇଣ୍ଡିଆ ନୂତନ ଭାରତର ଅନ୍ୟତମ ସଫଳ କାର୍ଯ୍ୟକ୍ରମ ଭାବେ ପ୍ରମାଣିତ ହୋଇଛି। ସହଜ ସେବା ଉପଲବ୍ଧତା, ସରକାରଙ୍କୁ ନାଗରିକମାନଙ୍କ ନିକଟତର କରିବା, ନାଗରିକମାନଙ୍କ ସଂପୃକ୍ତିକୁ ପ୍ରୋତ୍ସାହିତ କରିବା ସହିତ ଏହି ଯୋଜନା ଜନସାଧାରଣଙ୍କୁ ସଶକ୍ତ କରିଛି। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଓ ଆଇ.ଟି ମନ୍ତ୍ରୀ ରବିଶଙ୍କର ପ୍ରସାଦ ମଧ୍ୟ ଉପସ୍ଥିତ ରହିବେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories