www.samajalive.in
Friday, December 12, 2025
19.1 C
Bhubaneswar

ସବୁ ସରପଞ୍ଚଙ୍କ ସହ ଆଜି କଥାହେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଜାତୀୟ ପଞ୍ଚାୟତିରାଜ ଦିବସ ଅବସରରେ ଆଜି (ଶୁକ୍ରବାର) ଦେଶର ସମସ୍ତ ପଞ୍ଚାୟତ ପ୍ରତିନିଧି ସରପଞ୍ଚମାନଙ୍କ ସହ ଭିଡିଓ କନଫରେନ୍ସିଂ ମାଧ୍ୟମରେ କଥା ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏନେଇ ପ୍ରଧାନମନ୍ତ୍ରୀ ତାଙ୍କ ଟ୍ବିଟରେ ସୂଚନା ଦେଇଛନ୍ତି । ଏଥି ସହିତ ଆସନ୍ତାକାଲି ଇ-ଗ୍ରାମ ସ୍ବରାଜ ପୋର୍ଟାଲ ଏବଂ ମୋବାଇଲ ଆପର ମଧ୍ୟ ଶୁଭାରମ୍ଭ କରାଯିବ ବୋଲି ପଞ୍ଚାୟତରାଜ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଇ-ଗ୍ରାମ ସ୍ୱରାଜ ପୋର୍ଟାଲ ପଞ୍ଚାୟତିରାଜ ମନ୍ତ୍ରଣାଳୟର ଏକ ସ୍ବତନ୍ତ୍ର ପଦକ୍ଷେପ। ଯେଉଁଥିରେ ଗ୍ରାମ ପଞ୍ଚାୟତର ବିକାଶ ଯୋଜନା ପ୍ରସ୍ତୁତ ହେବ ଏବଂ କାର୍ୟ୍ୟକାରୀ କରିବା ପାଇଁ ଗ୍ରାମ ପଞ୍ଚାୟତ ସୁଯୋଗ ପାଇବେ।ସୂଚନାଯୋଗ୍ୟ ଦେଶରେ କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଲକ୍ ଉାଉନ ଜାରି ରହିଛି। ଏହାରି ମଧ୍ୟରେ ଦେଶର ପ୍ରଧାନମନ୍ତ୍ରୀ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ଅଲୋଚନା କରିଥିବା ବେଳେ ଆସନ୍ତାକାଲି ସରପଞ୍ଚମାନଙ୍କ ସହ ଆଲୋଚନା ବହୁ ଗୁରୁତ୍ଵ ବହନ କରୁଛି। ସରପଞ୍ଚ ମାନଙ୍କୁ ପ୍ରଧାନମନ୍ତ୍ରୀ ଆସନ୍ତାକାଲି କରୋନା ମୁକାବିଲା ପାଇଁ କିଛି ଗୁରୁତ୍ବପୂର୍ଣ୍ଣ ଉପଦେଶ ଦେବେ ବୋଲି ଚର୍ଚ୍ଚା ଦେଉଛି।

Hot this week

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

Related Articles

Popular Categories