www.samajalive.in
Monday, December 8, 2025
27.1 C
Bhubaneswar

ଆଜି ଚେନ୍ନାଇ ଓ ହାଇଦ୍ରାବାଦ ଗସ୍ତ କରିବେ ପ୍ରଧାନମନ୍ତ୍ରୀ; ବିଭିନ୍ନ ପ୍ରକଳ୍ପର ହେବ ଭିତ୍ତିପ୍ରସ୍ତର ସ୍ଥାପନ

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚେନ୍ନାଇ ଓ ହାଇଦ୍ରାବାଦ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଅପରାହ୍ଣରେ ଏହି ଗସ୍ତ କାର୍ଯ୍ୟକ୍ରମ ରହିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଶିଳାନ୍ୟାସ କରିବେ । ହ୍ରାଇଦ୍ରାବାଦରେ ଇଣ୍ଡିଆ ସ୍କୁଲ୍‌ ଅଫ୍‌ ବିଜନେସ୍‌ (ଆଇଏସବି)ର ୨୦ତମ ପ୍ରତିଷ୍ଠା ଦିବସ ଉତ୍ସବରେ ପ୍ରଧାନମନ୍ତ୍ରୀ ଯୋଗଦେବେ ।  ୨୦ ବର୍ଷ ପୂର୍ବରୁ ଏହି ଇଣ୍ଡିଆ ସ୍କୁଲ୍‌ ଅଫ୍‌ ବିଜନେସ୍‌ (ଆଇଏସବି)କୁ ଉଦଘାଟନ କରିଥିଲେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ । ପରେ ପ୍ରଧାନମନ୍ତ୍ରୀ ମୋଦି ଚେନ୍ନାଇରେ ୩୧,୪୦୦ କୋଟିରୁ ଊର୍ଦ୍ଧ୍ଵ ଟଙ୍କାର ଭିତ୍ତିପ୍ରସ୍ତର ସ୍ଥାପନା କରିବେ ବୋଲି ଜଣାପଡ଼ିଛି । ଏଥିପାଇଁ ଆଜି ଚେନ୍ନାଇର ଜେଏଲଏନ୍‌ ଇନଡୋର ଷ୍ଟାଡିୟମରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି ।

ମିଳିଥିବା ସୂଚନା ଅନୁଚାୟୀ ପ୍ରଧାନମନ୍ତ୍ରୀ ଆଜି ଅପରାହ୍ଣ ୫ଟା ୧୦ ମିନିଟରେ ହାଇଦ୍ରାବାଦରୁ ଚେନ୍ନାଇରେ ପହଞ୍ଚିବେ । ସେଠାରେ ମଲ୍ଟି ପର୍ପୋଜ ଇନଡୋର ଷ୍ଟାଡିୟମରେ ଆୟୋଜିତ ହୋଇଥିବା କାର୍ଯ୍ୟକ୍ରମରେ ସାମିଲ ହେବେ । ପରେ ପ୍ରଧାନମନ୍ତ୍ରୀ ମୋଦି ବିଭିନ୍ନ ରେଳବାଇ, ଜାତୀୟ ରାଜପଥ ଓ କେନ୍ଦ୍ର ସରକାରଙ୍କ ଅନେକ ପ୍ରକଳ୍ପର ଶୁଭାରମ୍ଭ କରିବେ ବୋଲି ଜଣାପଡ଼ିଛି । ସଂଧ୍ୟା ୭ଟା ୪୦ମିନିଟରେ ପ୍ରଧାନମନ୍ତ୍ରୀ ଦିଲ୍ଲୀ ଫେରିବାର କାର୍ଯ୍ୟକ୍ରମ ରହିଛି ।

- Advertisement -

 

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories