www.samajalive.in
Sunday, December 7, 2025
14.1 C
Bhubaneswar

ଆସନ୍ତା ୯ରେ ଡ. ହରେକୃଷ୍ଣ ମହତାବଙ୍କ ରଚିତ ଓଡ଼ିଶା ଇତିହାସର ହିନ୍ଦୀ ସଂସ୍କରଣକୁ ଉନ୍ମୋଚନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏପ୍ରିଲ ୯ ଶୁକ୍ରବାର ମଧ୍ୟାହ୍ନ ୧୨ଟାରେ ନୂଆଦିଲ୍ଲୀର ଜନପଥସ୍ଥିତ ଆମ୍ବେଦକର ଇଣ୍ଟରନ୍ୟାସନାଲ ସେଣ୍ଟର ଠାରେ ‘ଉତ୍କଳ କେଶରୀ’ ଡ. ହରେକୃଷ୍ଣ ମହତାବଙ୍କ ଦ୍ବାରା ରଚିତ ‘ଓଡ଼ିଶା ଇତିହାସ’ର ହିନ୍ଦୀ ଅନୁବାଦକୁ ଉନ୍ମୋଚନ କରିବେ। ଏହି ପୁସ୍ତକ ଏବେ ଓଡ଼ିଆ ଓ ଇଂରାଜୀ ଭାଷାରେ ଉପଲବ୍ଧ। ଏହାର ହିନ୍ଦୀ ସଂସ୍କରଣକୁ ଶଙ୍କରଲାଲ ପୁରୋହିତ ଅନୁବାଦ କରିଛନ୍ତି। କେନ୍ଦ୍ର ମନ୍ତ୍ରୀ  ଧର୍ମେନ୍ଦ୍ର ପ୍ରଧାନ ଏବଂ କଟକ ସାଂସଦ ଭର୍ତ୍ତୃହରି ମହତାବ ଏହି ଅବସରରେ ଉପସ୍ଥିତ ରହିବେ। ହରେକୃଷ୍ଣ ମହତାବ ଫାଉଣ୍ଡେସନ ପକ୍ଷରୁ ଏହି ହିନ୍ଦୀ ସଂସ୍କରଣ ଉନ୍ମୋଚନ କାର୍ୟ୍ୟକ୍ରମ ଆୟୋଜନ କରାଯିବ।

ଡ. ହରେକୃଷ୍ଣ ମହତାବ ଭାରତୀୟ ସ୍ବାଧୀନତା ସଂଗ୍ରାମର ଜଣେ ମହାନ ବ୍ୟକ୍ତିତ୍ବ ଥିଲେ। ସେ ୧୯୪୬ରୁ ୧୯୫୦ ଏବଂ ୧୯୫୬ରୁ ୧୯୬୧ ପର୍ୟ୍ୟନ୍ତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଥିଲେ। ୧୯୪୨ରୁ ୧୯୪୫ ପର୍ୟ୍ୟନ୍ତ ଦୁଇ ବର୍ଷରୁ ଅଧିକ ସମୟ ଧରି ଅହମ୍ମଦନଗର ଦୁର୍ଗ ଜେଲରେ ଥିବା ସମୟରେ ‘ଓଡ଼ିଶା ଇତିହାସ’ ପୁସ୍ତକ ରଚନା କରିଥିଲେ।

Hot this week

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

Related Articles

Popular Categories