www.samajalive.in
Sunday, December 14, 2025
26.1 C
Bhubaneswar

ଆସନ୍ତାକାଲି ସୁଶାସନ ଦିବସ : ପିଏମ୍‍-କିଷାନ ଯୋଜନାରେ ଚାଷୀଙ୍କ ଜମାଖାତାକୁ ଯିବ ୧୮ ହଜାର କୋଟି ଟଙ୍କା

ନୂଆଦିଲ୍ଳୀ :  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ଶୁକ୍ରବାର ପ୍ରଧାନମନ୍ତ୍ରୀ କିଷାନ୍‍ ସମ୍ମାନନିଧି ଯୋଜନା ଅଧୀନରେ ୯ କୋଟି ଚାଷୀଙ୍କ ବ୍ୟାଙ୍କ୍‍ ଜମାଖାତାକୁ ୧୮ ହଜାର କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିବେ। ଭିଡ଼ିଓ କନ୍‍ଫରେନ୍ସିଂ ଜରିଆରେ ପୁଶ୍‍ ବଟନ୍‍ ଦ୍ୱାରା ଏହି ଅର୍ଥ ହସ୍ତାନ୍ତର ହେବ। ଏହି ଅବସରରେ ବିଭିନ୍ନ ରାଜ୍ୟର କୃଷକଙ୍କ ସହ ପ୍ରଧାନମନ୍ତ୍ରୀ
ଆଲୋଚନା କରିବେ। ପି.ଏମ୍‍.-କିଷାନ୍‍ ଏବଂ କୃଷକଙ୍କ କଲ୍ୟାଣ ପାଇଁ ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଏହି କୃଷକମାନେ ସେମାନଙ୍କ ଅଭିଜ୍ଞତା ସମ୍ପର୍କରେ ମତ ରଖିବେ। କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ।

ପି.ଏମ୍‍.-କିଷାନ ଯୋଜନାରେ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ସରକାର ବାର୍ଷିକ ୬ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରୁଛନ୍ତି। ପ୍ରତି ୪ ମାସରେ ଥରେ ୩ଟି କିସ୍ତିରେ ଏହି ଅର୍ଥ ପ୍ରଦାନ କରାଯାଉଛି। ତେବେ ହିତାଧିକାରୀଙ୍କ ବ୍ୟାଙ୍କ ଜମାଖାତାକୁ ଏହି ଅର୍ଥ ସିଧାସଳଖ ହସ୍ତାନ୍ତର ହେଉଛି।
ଏହି କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇ କୃଷିମନ୍ତ୍ରୀ ଶ୍ରୀ ତୋମାର କହିଛନ୍ତି, ଡିସେମ୍ବର ୨୫ ତାରିଖରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମଦିବସକୁ ସୁଶାସନ ଦିବସ ଭାବେ ପାଳନ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦାୟିତ୍ୱ ଗ୍ରହଣ କରିବା ପରେ ଉତ୍ତମ ଶାସନ, ସ୍ୱଚ୍ଛତା ଏବଂ ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତରକୁ ପ୍ରୋତ୍ସାହିତ କରିବା ପାଇଁ ଅନେକ ପଦକ୍ଷେପ ଗ୍ରହଣ କରାଯାଇଛି। ମୋଦୀ ସରକାର କୃଷିକ୍ଷେତ୍ରକୁ ସୁଦୃଢ଼ କରିବାପାଇଁ ପ୍ରତିଶ୍ରୁତିବଦ୍ଧ ବୋଲି କୃଷିମନ୍ତ୍ରୀ ଶ୍ରୀ ତୋମାର କହିଛନ୍ତି।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories