www.samajalive.in
Sunday, December 7, 2025
26.1 C
Bhubaneswar

ଆସନ୍ତାକାଲି ପ୍ରଧାନମନ୍ତ୍ରୀ – ମୁଖ୍ୟମନ୍ତ୍ରୀ ବିଚାରବିମର୍ଶ, ୧୬ରେ ଟିକାକରଣ

ଆସନ୍ତା ୧୬ତାରିଖରେ ଦେଶରେ କରୋନା ଟିକାକରଣ ପ୍ରକ୍ରିୟା ଆରମ୍ଭ ହେବାକୁ ଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ବିଚାରବିମର୍ଶ କରିବେ। ଏହି ଆଲୋଚନାରେ ଦେଶରେ କରୋନା ମହାମାରୀର ସ୍ଥିତି ଏବଂ ଟିକାକରଣ ପ୍ରସଙ୍ଗ ସ୍ଥାନ ପାଇବ। ଟୀକାକରଣର ପ୍ରଥମ ପର୍ଯ୍ୟାୟରେ ସ୍ୱାସ୍ଥ୍ୟକର୍ମୀ ଏବଂ ଆଗଧାଡ଼ିର ଯୋଦ୍ଧାମାନଙ୍କୁ ଟିକା ଦିଆଯିବ। ଏହି ପର୍ଯ୍ୟାୟରେ ପ୍ରାୟ ୩ କୋଟି ବ୍ୟକ୍ତିଙ୍କୁ ଟୀକା ପ୍ରଦାନ କରାଯିବ। ପରେ ୫୦ ବର୍ଷରୁ ଊର୍ଦ୍ଧ୍ବ ବୟସର ବ୍ୟକ୍ତି ଏବଂ ବହୁବିଧ ରୋଗରେ ଆକ୍ରାନ୍ତ ପ୍ରାୟ ୨୭ କୋଟି ଲୋକଙ୍କୁ ଟିକା ଦିଆଯିବ।

ପ୍ରଧାନମନ୍ତ୍ରୀ ମୋଦୀ ଭିଡିଓ କନଫରେନସିଂ ଜରିଆରେ ଏହି ଆଲୋଚନାରେ ଉପସ୍ଥିତ ରହିବେ। ସୂଚନା ଯୋଗ୍ୟ ଯେ ଭାରତ କରୋନା ମହାମାରୀ ନିୟନ୍ତ୍ରଣ ନିମନ୍ତେ ଦୁଇଟି ଟିକାର ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମତି ଦେଇସାରିଛି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories