www.samajalive.in
Monday, December 8, 2025
27.1 C
Bhubaneswar

୨୦ରେ ପୁଣି ଆସିବେ ପ୍ରଧାନମନ୍ତ୍ରୀ ମୋଦୀ: ତା’ ପୂର୍ବରୁ ଶାହ ଓ ନଡ୍ଡାଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ

ଭୁବନେଶ୍ଵର: ନିର୍ବାଚନକୁ ଦୃଷ୍ଟିରେ ରଖି ରାଷ୍ଟ୍ରୀୟ ନେତୃବୃନ୍ଦ ଘନ ଘନ ଓଡ଼ିଶା ଗସ୍ତ କରୁଛନ୍ତି। ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ଵରରେ ବିଶାଳ ରୋଡ୍‌ ଶୋ କରିବା ସହ ଫୁଲବାଣୀ, ବରଗଡ ଓ ବଲାଙ୍ଗୀରରେ ମାରାଥନ୍ ପ୍ରଚାର କରିଥିବାବେଳେ ଏବେ ପୁଣି ଥରେ ସେ ଓଡ଼ିଶା ଆସିବା ନେଇ ସୂଚନା ମିଳିଛି। ଆସନ୍ତା ୨୦ ତାରିଖରେ ପୁଣି ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରବିବାର ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର। ୨୦ ତାରିଖ ସକାଳେ ପ୍ରଧାନମନ୍ତ୍ରୀ ପୁରୀରେ ବିଶାଳ ରୋଡ୍‌ ଶୋ କରିବେ। ଏହାପରେ କଟକ ଓ ଅନୁଗୁଳରେ ଆୟୋଜିତ ହେବାକୁ ଥିବା ଜନସଭାକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି।

ସେହିପରି ଆସନ୍ତା ୧୫ ତାରିଖରେ ପୁଣି ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ରାଉରକେଲା, କଣ୍ଟାବାଞ୍ଜି ଓ ସୋରଡ଼ାରେ ଆୟୋଜିତ ହେବାକୁ ଥିବା ବିରାଟ ଜନସଭାରେ ଶାହ ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ଅପରପକ୍ଷେ ୧୭ ତାରିଖରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଓଡ଼ିଶା ଆସି ସୁନ୍ଦରଗଡ଼, ହିଞ୍ଜିଳି ଓ ପଦ୍ମପୁର ଗସ୍ତ କରି ମାରାଥନ୍‌ ପ୍ରଚାର କରିବେ ନଡ୍ଡା।

Hot this week

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

Related Articles

Popular Categories