www.samajalive.in
Friday, December 5, 2025
20.1 C
Bhubaneswar

ଆଜି ମିଳିବ ପିଏମ୍‌ କିଷାନ ଟଙ୍କା

ଭୁବନେଶ୍ବର : ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ଆଜି (ମଙ୍ଗଳବାର) ଚାଷୀଙ୍କୁ ପ୍ରଦାନ କରାଯିବ। ରାଜ୍ୟର ବିଭିନ୍ନ ଜିଲାରେ ହିତାଧିକାରୀଙ୍କୁ ସହାୟତା ରାଶି ବଣ୍ଟନ କରିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ଦୁଇ ଉପମୁଖ୍ୟମନ୍ତ୍ରୀ, ମନ୍ତ୍ରୀମାନଙ୍କ ସହିତ ସାଂସଦମାନେ ବିଭିନ୍ନ ଜିଲାରେ ଉପସ୍ଥିତ ରହି କିଷାନ ସମ୍ମାନ ନିଧି ଅର୍ଥ ଚାଷୀଙ୍କୁ ବଣ୍ଟନ କରିବେ। ୧୭ତମ କିସ୍ତି ବଣ୍ଟନ ଦିବସକୁ ‘ପିଏମ୍‌ କିଷାନ ଉତ୍ସବ’ ଭାବେ ପାଳନ କରାଯିବ। ଆଜି ଅପରାହ୍ଣ ସାଢେ ୪ଟାରୁ ୭ଟା ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ଏଥିପାଇଁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଓ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବରଗଡ ଜିଲାରେ ଚାଷୀଙ୍କୁ ସହାୟତା ରାଶି ବଣ୍ଟନ କରିବେ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ପୁରୀ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କଟକ, ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟଜଳ ମନ୍ତ୍ରୀ ରବିନାରାୟଣ ନାୟକ ନୟାଗଡ, ବିଦ୍ୟାଳୟ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ଏବଂ ପଛୁଆବର୍ଗ, ସାମାଜିକ କଲ୍ୟାଣ ଓ ସଶକ୍ତୀକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କେନ୍ଦ୍ରାପଡ଼ା, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଢେଙ୍କାନାଳ, ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଖୋର୍ଦ୍ଧା, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ବୈଦ୍ୟୁତିକ ଓ ସୂଚନା ବୈଷୟିକ ଡ. ମୁକେଶ ମହାଲିଙ୍ଗ କେଭିକେ ଓ ସିଫା କୌଶଲ୍ୟାଗଙ୍ଗ, ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣିମନ୍ତ୍ରୀ ବିଭୂତିଭୂଷଣ ଜେନାଙ୍କୁ ଗଞ୍ଜାମ, ଗୃହ ଓ ନଗର ଉନ୍ନୟନ, ସାଧାରଣ ଅଭିଯୋଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଅନୁଗୋଳ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ, ନିଯୁକ୍ତି ଓ ବୀମାମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ କେଭିକେ, ବଡଚଣା, ଉଚ୍ଚଶିକ୍ଷା, କ୍ରୀଡା ଓ ଯୁବ ବ୍ୟାପାର, ଓ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଭଦ୍ରକ, ସମବାୟ ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ପ୍ରଦୀପ ବଳସାମନ୍ତ ଯାଜପୁର, ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ, ଅତିକ୍ଷୁଦ୍ର ଓ କ୍ଷୁଦ୍ର ଓ ମଧ୍ୟମ ଉଦ୍ଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ କେଭିକେ ଭଞ୍ଜନଗର, ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ସମ୍ପଦ ସ୍ବାଇଁଙ୍କୁ ଜଗତସିଂହପୁର ଦାୟିତ୍ୱ ଦିଆଯାଇଛି। ସେହିପରି ବାଲେଶ୍ୱର, ଗଜପତି, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଏବଂ ନବରଙ୍ଗପୁର ଜିଲାରେ ସାଂସଦମାନେ ଉପସ୍ଥିତ ରହି ପିଏମ କିଷାନ ନିଧି କିସ୍ତି ଅର୍ଥ ବଣ୍ଟନ କରିବାକୁ ନିର୍ଦେଶ ଦିଆଯାଇଛି। ପ୍ରକାଶ ଯେ, କ୍ରମାଗତଭାବେ ତୃତୀୟଥର ପାଇଁ ନରେନ୍ଦ୍ର ମୋଦୀ ଦେଶର ପ୍ରଧାନମନ୍ତ୍ରୀ ହେବା ପରେ ପ୍ରଥମେ ପିଏମ କିଷାନ ନିଧିର ୧୭ତମ କିସ୍ତି ପ୍ରଦାନ ସମ୍ବନ୍ଧିତ ଫାଇଲରେ ଦସ୍ତଖତ କରିଥିଲେ। ପ୍ରଧାନମନ୍ତ୍ରୀ କୃଷକ ଯୋଜନା ଏକ ଡିବିଟି ଯୋଜନା। ଏହି ଯୋଜନାରେ କୃଷକଙ୍କୁ ବର୍ଷକୁ ୬,୦୦୦ଟଙ୍କା ସହାୟତା ପ୍ରଦାନ କରାଯାଇଥାଏ।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories