www.samajalive.in
Sunday, December 7, 2025
16.1 C
Bhubaneswar

କଳକୀ ଧାମ ମନ୍ଦିରର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ, ୫ବର୍ଷରେ ଶେଷ ହେବ କାମ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶ ଗସ୍ତରେ ଯାଇ କଳକୀ ଧାମ ମନ୍ଦିରର ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରୀତିନୀତିରେ ମନ୍ଦିରର ଭୂମିପୂଜନ ଉତ୍ସବ ଅନୁଷ୍ଠିତ ହୋଇଛି । ଏହି ଭୂମିପୂଜନ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ସହ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ଆଚାର୍ଯ୍ୟ ପ୍ରମୋଦ କୃଷ୍ଣମ ସାମିଲ ହୋଇଥିଲେ । ୫ଏକର ଜମିରେ ଏହି କଳକୀ ଧାମ ମନ୍ଦିର ନିର୍ମାଣ ହେବ । ୫ବର୍ଷରେ କାମ ଶେଷ ହେବ ବୋଲି କୁହାଯାଇଛି । ଏଥିରେ ୧୦ଟି ଗର୍ଭଗୃହ ରହିବ, ଯେଉଁଥିରେ ଭଗବାନ ବିଷ୍ଣୁଙ୍କ ୧୦ ଅବତାରର ବିଗ୍ରହ ସ୍ଥାପନ କରାଯିବ ।
ଏହି ଅବସରରେ ଆଚାର୍ଯ୍ୟ କହିଛନ୍ତି ଯେ ୧୮ବର୍ଷ ପୂର୍ବର ସ୍ୱପ୍ନ ପୂରଣ କରିବାକୁ ଦେଶର କୋଣ ଅନୁକୋଣରୁ ହଜାର ହଜାର ସାଧୁ ଏଠାରେ ଏକାଠି ହୋଇଛନ୍ତି ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories