www.samajalive.in
Friday, December 5, 2025
23.1 C
Bhubaneswar

୬୦ ହଜାର କୋଟିର ପ୍ରକଳ୍ପ ଭେଟି

ଝାରସୁଗୁଡା : ଝାରସୁଗୁଡାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବାୟୁସେନାର ସ୍ବତନ୍ତ୍ର ବିମାନରେ ପହଞ୍ଚିବା ପରେ ରାଜ୍ୟପାଳ ହରିବାବୁ କମ୍ଭମପତି  ଏବଂ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରଧାନମନ୍ତ୍ରୀଙ୍କୁ ସ୍ଵାଗତ କରିଛନ୍ତି। ଏହି ଅବସରରେ ଝାରସୁଗୁଡାରେ ପ୍ରକଳ୍ପ ବର୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ। ୬୦ ହଜାର କୋଟିରୁ ଅଧିକ ମୂଲ୍ୟର ବିକାଶମୂଳକ କାର୍ଯ୍ୟର ଉଦ୍‌ଘାଟନ କରିଛନ୍ତି। ସାରା ଦେଶରେ ୯୭,୫୦୦ରୁ ଅଧିକ ଟେଲିକମ୍ ଟାୱାର କାର୍ଯ୍ୟକ୍ଷମ ହୋଇଛି। ଓଡ଼ିଶା ପାଇଁ ମୋଟ୍‌ ୧୭ ଶହ କୋଟିର ରେଳ ପ୍ରକଳ୍ପ ଭେଟି ଦେଇଛନ୍ତି। ସମ୍ବଲପୁର-ସରଲା ମଧ୍ୟରେ ୨୭୩ କୋଟିର ରେଲ୍ ଫ୍ଲାଇ ଓଭର ସହ ୫୦ ହଜାର ଅନ୍ତ୍ୟୋଦୟ ଘର କାର୍ଯ୍ୟାଦେଶ ବଣ୍ଟନ କରିଛନ୍ତି।

କୋରାପୁଟ ବାଇଗୁଡା ରେଲଓ୍ବେ ଦେହରୀକରଣ ପାଇଁ ୪୮୧ କୋଟି ସହ ବ୍ରହ୍ମପୁର -ସୁରତ ମଧ୍ୟରେ ଅମୃତ ଭାରତ ଏକ୍ସପ୍ରେସ୍‌ ର ଶୁଭାରମ୍ଭ କରିଛନ୍ତି। ରାଜ୍ୟର ୧୩୦ ଟି ଉଚ୍ଚ ଶିକ୍ଷାନୁଷ୍ଠାନରେ ଓ୍ବାଇଫାଇ ସୁବିଧା ପାଇଁ ୯୦ କୋଟି ବ୍ୟୟ କରାଯିବ। ଏଥିରେ ପ୍ରାୟ ଅଢେଇ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ। ୫୦ ହଜାର ଅନ୍ତଦ୍ୱୟ ଘର କାର୍ଯ୍ୟାଦେଶ ବଣ୍ଟନ କରାଯିବ। ବିଏସ୍‌ଏନଏଲ୍  ଦ୍ବାରା ସ୍ବଦେଶୀ 4G (5G ପ୍ରସ୍ତୁତ) ନେଟୱର୍କ ସାମିଲ ହୋଇଛି। ଅନେକ କେନ୍ଦ୍ର ମନ୍ତ୍ରୀ ମଧ୍ୟ ଭିଡିଓ କନଫରେନ୍ସିଂରେ ସାମିଲ ହୋଇଛନ୍ତି। ଆନ୍ଧ୍ରପ୍ରଦେଶ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ, ମହାରାଷ୍ଟ୍ର, ଆସାମ ଓ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ମଧ୍ୟ ଭିଡିଓ କନଫରେନ୍ସିଂରେ ସାମିଲ ହୋଇଛନ୍ତି।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories