www.samajalive.in
Saturday, December 6, 2025
23.1 C
Bhubaneswar

ପଶ୍ଚିମବଙ୍ଗରେ ‘ଅମ୍ପନ’ କ୍ଷୟକ୍ଷତି ଅନୁଧ୍ୟାନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାତ୍ୟା ‘ଅମ୍ପନ’ ପ୍ରଭାବ​‌ରେ ପଶ୍ଚିମବଙ୍ଗରେ ହୋଇଥିବା କ୍ଷୟକ୍ଷତି ଶୁକ୍ରବାର ଅନୁଧ୍ୟାନ କରିଛନ୍ତି। ପ୍ରଧାନମନ୍ତ୍ରୀ ପୂର୍ବାହ୍ନରେ କଲକାତା ବିମାନବନ୍ଦରରେ ପହଞ୍ଚିଥିଲେ। ସେଠାରେ ରାଜ୍ୟପାଳ ଜଗଦୀପ ଧନଖଡ ଏବଂ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତାଙ୍କୁ ସ୍ବାଗତ କରିଥିଲେ। ବିମାନବନ୍ଦରରେ ପ୍ରଧାନମନ୍ତ୍ରୀ କିଛି ସମୟ ମମତାଙ୍କ ସହ କଥା ହୋଇଥିଲେ। ଏହି ସମୟରେ ମମତା ‘ଅମ୍ପନ’କୁ ଜାତୀୟ ବିପର୍ଯ୍ୟୟ ଘୋଷଣା କରାଯିବା ଉଚିତ ବୋଲି କହିଥିଲେ।

ପ୍ରଧାନମନ୍ତ୍ରୀଙ୍କ ସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବାବୁଲ ସୁପ୍ରିୟୋ, ପ୍ରତାପଚନ୍ଦ୍ର ଷଡ଼ଙ୍ଗୀ ଏବଂ ଦେବାଶ୍ରୀ ଚୌଧୁରୀ ଉପସ୍ଥିତ ଥିଲେ। ପରେ ହେଲିକପ୍ଟର ଯୋଗେ ପ୍ରଧାନମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀମାନେ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଥିଲେ। ଆକାଶମାର୍ଗରୁ ସେମାନେ ବିଭିନ୍ନ ଅଞ୍ଚଳ ବୁଲିଥିଲେ। ପଶ୍ଚିମବଙ୍ଗରେ ସ୍ଥିତି ଅନୁଧ୍ୟାନ ପରେ ମୋଦୀ ଓଡ଼ିଶା ଗସ୍ତରେ ଆସିବେ। ଏଠାରେ ମଧ୍ୟ ପ୍ରଧାନମନ୍ତ୍ରୀ ଆକାଶମାର୍ଗରୁ ଓଡ଼ିଶାର  ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିବେ।

- Advertisement -

ସୂଚନାଯୋଗ୍ୟ, ବାତ୍ୟା ଅମ୍ପନ ଯୋଗୁ ପଶ୍ଚିମବଙ୍ଗରେ ବହୁ କ୍ଷୟକ୍ଷତି ହୋଇଛି। ଏଠାରେ ପ୍ରାୟ ୮୦ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ବହୁ ସମ୍ପତ୍ତି ନଷ୍ଟ ହୋଇଛି। ତେଣୁ ପଶ୍ଚିମବଙ୍ଗ ପାଇଁ ଆର୍ଥିକ ପ୍ୟାକେଜ ଘୋଷଣା କରିବା ଲାଗି ମମତା ମୋଦୀଙ୍କୁ କହିପାରନ୍ତି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories