www.samajalive.in
Saturday, December 6, 2025
23.1 C
Bhubaneswar

ରଥଯାତ୍ରା ପାଇଁ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

ନୂଆଦିଲ୍ଲୀ: ସୁପ୍ରିମକୋର୍ଟଙ୍କ ଅନୁମତି ପରେ ପୁରୀରେ ମଙ୍ଗଳବାର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଆରମ୍ଭ ହୋଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଏବଂ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୋଦୀ ଟ୍ବିଟ୍‌ କରି ଲେଖିଛନ୍ତି, ଭଗବାନ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଅବସରରେ ଆପଣ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭକାମନା। ମୋର ଏହି କାମନା ଯେ ଶ୍ରଦ୍ଧା ଏବଂ ଭକ୍ତିରେ ପରିପୂର୍ଣ୍ଣ ଏହି ଯାତ୍ରା ଦେଶବାସୀଙ୍କ ଜୀବନରେ ସୁଖ, ସମୃଦ୍ଧି, ସୌଭାଗ୍ୟ ଏବଂ ଆରୋଗ୍ୟ ନେଇ ଆସୁ। ଜୟ ଜଗନ୍ନାଥ !

ଅନ୍ୟପଟେ ଗୁଜରାଟରେ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ ରଥଯାତ୍ରା ପାଇଁ ଅହମ୍ମଦାବାଦସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିରରେ ପହଞ୍ଚିଛନ୍ତି। ମନ୍ଦିର ପରିସରରେ ରଥଯାତ୍ରା ଅନୁଷ୍ଠିତ ହେଉଛି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଉଚ୍ଚ ନ୍ୟାୟାଳୟରେ ଗତକାଲି ବିଳମ୍ବିତ ରାତି ପର୍ଯ୍ୟନ୍ତ ରଥଯାତ୍ରା ମାମଲାର ଶୁଣାଣି ହୋଇଥିଲା, କିନ୍ତୁ କରୋନା ଯୋଗୁ ଅନୁମତି ମିଳି ନ ଥିଲା। ମନ୍ଦିର ପରିସରରେ ରଥଯାତ୍ରା କରିବାକୁ ମନ୍ଦିର ଟ୍ରଷ୍ଟି ଏବଂ ମହନ୍ତ ବ୍ୟବସ୍ଥା କରିଥିବାରୁ ସେମାନଙ୍କୁ ଧନ୍ୟବାଦ ଦେଉଛି ବୋଲି ରୂପାନୀ କହିଛନ୍ତି।

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories