www.samajalive.in
Friday, December 5, 2025
26.1 C
Bhubaneswar

ରାହୁଲଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ, ଲେଖିଲେ..

ନୂଆଦିଲ୍ଲୀ: ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ତଥା ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରାହୁଲ ଗାନ୍ଧୀ ଗୁରୁବାର ୫୫ ବର୍ଷ ବୟସରେ ପାଦ ଥାପିଛନ୍ତି। ଏହି ଅବସରରେ ସାରା ଦେଶର କଂଗ୍ରେସ ନେତା ଓ କର୍ମୀଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତିତ୍ଵ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ରାହୁଲଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


ପ୍ରଧାନମନ୍ତ୍ରୀ ମୋଦୀ ସାମାଜିକ ଗଣମାଧ୍ୟମରେ ପୋଷ୍ଟ କରି ଲେଖିଛନ୍ତି, ‘‘ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ଜନ୍ମଦିନର ଶୁଭେଚ୍ଛା। ଭଗବାନ ତାଙ୍କୁ ଦୀର୍ଘ ଏବଂ ସୁସ୍ଥ ଜୀବନ ପ୍ରଦାନ କରନ୍ତୁ।’’ ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ମଧ୍ୟ ରାହୁଲଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇଛନ୍ତି।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories