ଗତ ସନ୍ଧ୍ୟାରେ ନୂଆଦିଲ୍ଲୀର ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମସ୍)ରେ ଭର୍ତ୍ତି ହୋଇଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଜ୍ୱର ପରେ ଦୁର୍ବଳ ଅନୁଭବ କରୁଥିବା ବିଷୟ ଜଣାପଡିବା ପରେ ଡଃ ସିଂହଙ୍କୁ ଏମସରେ ଭର୍ତ୍ତି କରାଯାଇଥିଲା। ତାଙ୍କ ଅବସ୍ଥା ସ୍ଥିର ଥିବା ଡାକ୍ତରମାନେ କହିଛନ୍ତି। ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡଭିଆ ଆଜି ଏମସ ପରିଦର୍ଶନ କରି ଡଃ ମନମୋହନ ସିଂଙ୍କ ସ୍ୱାସ୍ଥ୍ୟ ବିଷୟରେ ପଚାରି ବୁଝିଥିଲେ। ପରେ ଏକ ଟୁଇଟ୍ରେ ସ୍ୱାସ୍ଥ୍ୟମନ୍ତ୍ରୀ ମଧ୍ୟ ଡଃ ସିଂହଙ୍କ ଶୀଘ୍ର ଆରୋଗ୍ୟ କାମନା କରିଥିଲେ।
I pray for the good health and speedy recovery of Dr. Manmohan Singh Ji.
— Narendra Modi (@narendramodi) October 14, 2021



