www.samajalive.in
Saturday, December 6, 2025
14.1 C
Bhubaneswar

ଆମେରିକାକୁ ନେଇ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବଡ ବୟାନ

ସମାଜ ଡିଜିଟାଲ ଡେସ୍କ: ଭାରତ ଓ ଆମେରିକା ଘନିଷ୍ଠ ବନ୍ଧୁ ଏବଂ ସ୍ୱାଭାବିକ ଅଂଶୀଦାର । ମୁଁ ନିଶ୍ଚିତ ଯେ ଆମର ବାଣିଜ୍ୟ ଆଲୋଚନା ଭାରତ-ଆମେରିକା ସହଭାଗୀର ଅପାର ସମ୍ଭାବନାକୁ ମୁକ୍ତ କରିବା ପାଇଁ ପଥ ପ୍ରଶସ୍ତ କରିବ । ଆଜି ଏଭଳି କିଛି ପ୍ରତିକ୍ରିୟା ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେ କହିଛନ୍ତି ଆମର ଟିମ୍‍ ଏହି ଆଲୋଚନାଗୁଡିକୁ ଯଥାଶୀଘ୍ର ସମାପ୍ତ କରିବାକୁ କାର୍ଯ୍ୟ କରୁଛନ୍ତି । ମୁଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ କଥାବାର୍ତ୍ତା କରିବାକୁ ମଧ୍ୟ ଅପେକ୍ଷା କରିଛି । ଆମେ ଉଭୟ ଦେଶର ଲୋକଙ୍କ ପାଇଁ ଏକ ଉଜ୍ୱଳ ଏବଂ ସମୃଦ୍ଧ ଭବିଷ୍ୟତ ସୁନିଶ୍ଚିତ କରିବା ପାଇଁ ଏକାଠି କାମ କରିବୁ ।
ଏହାପୂର୍ବରୁ ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡ଼ିଆ ଏକ୍ସରେ ଲେଖିଥିଲେ ଯେ ଭାରତ ଏବଂ ଆମେରିକା ଦୁଇ ଦେଶ ମଧ୍ୟରେ ବାଣିଜ୍ୟ ପ୍ରତିବନ୍ଧକ ଦୂର କରିବା ପାଇଁ ଆଲୋଚନା ଜାରି ରଖିଛନ୍ତି । ମୁଁ ଆଗାମୀ ସପ୍ତାହଗୁଡିକରେ ମୋର ବହୁତ ଭଲ ବନ୍ଧୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ କଥାବାର୍ତ୍ତା କରିବାକୁ ଅପେକ୍ଷା କରିଛି । ମୁଁ ନିଶ୍ଚିତ ଯେ ଆଲୋଚନା ଦ୍ୱାରା ଉଭୟ ଦେଶ ପାଇଁ ଏକ ସଫଳ ନିଷ୍କର୍ଷରେ ପହଞ୍ଚିବାରେ କୌଣସି ଅସୁବିଧା ହେବ ନାହିଁ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories