www.samajalive.in
Saturday, December 13, 2025
26.1 C
Bhubaneswar

ବୁଝି ବିଚାରି ବୟାନ ଦେବାକୁ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଲେ ମୋଦୀ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟରେ ୧୯୫ ଆସନରେ ପ୍ରାର୍ଥୀଙ୍କ ନାମ ଘୋଷଣା ପରେ ମୋଦୀ ସରକାରଙ୍କ ଦ୍ୱିତୀୟ ପାଳିର ଶେଷ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ଦିଲ୍ଲୀରେ ବସିଥିବା ଏହି ବୈଠକରେ ମନ୍ତ୍ରୀମାନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଗିଦ୍‍ କରିଛନ୍ତି । ‘ବିକଶିତ ଭାରତ ୨୦୪୭’ ଲକ୍ଷ୍ୟରେ କାର୍ଯ୍ୟ କରିବାକୁ ମନ୍ତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି । ଏଥିସହ ଆସନ୍ତା ୫ବର୍ଷ ପାଇଁ ଆକ୍ସନ ପ୍ଲାନ ପ୍ରସ୍ତୁତ କରାଯାଇଛି । ମନ୍ତ୍ରୀମାନଙ୍କୁ ବୁଝି ବିଚାରି ବୟାନ ଦେବାକୁ ପ୍ରଧାନମନ୍ତ୍ରୀ କଡା ନିର୍ଦ୍ଦେଶ ଦେଇଛନ୍ତି । ମୋଦୀ କହିଛନ୍ତି ଯେ ‘ଯେତେବେଳେ ତୁମେ କିଛି କଥା କହୁଛ ପ୍ରଥମେ ଭାବ ତା ପରେ କୁହ । ସରକାରଙ୍କ ଯୋଜନା ସମ୍ପର୍କରେ ଲୋକଙ୍କୁ ଅବଗତ କରିବାକୁ କହିଛନ୍ତି । ଏହାସହିତ ଦୁର୍ନୀତି ଏବଂ ଜାଲିଆତିରୁ ସାବଧାନ ରହିବା ସହ ବିବାଦୀୟ ବିବୃତ୍ତିରୁ ଦୂରେଇ ରହିବାକୁ ନିଜ ମନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୋଦୀ । ବୈଠକରେ ଆସନ୍ତା ୧୦୦ଦିନ ପାଇଁ ଏଜେଣ୍ଡା ପ୍ରସ୍ତୁତ କରିଛନ୍ତି ମୋଦୀ ସରକାର ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories