www.samajalive.in
Monday, December 15, 2025
26.1 C
Bhubaneswar

ମନୁ ଭାକରଙ୍କୁ ପ୍ରଧାନମନ୍ତ୍ରୀଙ୍କ ସ୍ଵତନ୍ତ୍ର ବାର୍ତ୍ତା

ସମାଜ ଡିଜିଟାଲ ଡେସ୍କ: ପ୍ୟାରିସ ଅଲିମ୍ପିକ୍ସରେ ଭାରତକୁ ପ୍ରଥମ ପଦକ ଦେଇଥିବା ଶୁଟର ମନୁ ଭାକରଙ୍କୁ ଢେର ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଶୁଟିଂରେ ପଦକ ଜିତିବାରେ ମନୁ ହେଉଛନ୍ତି ପ୍ରଥମ ଭାରତୀୟ ମହିଳା। ତେଣୁ ପ୍ରଧାନମନ୍ତ୍ରୀ ତାଙ୍କ ପାଇଁ ଏକ ସ୍ଵତନ୍ତ୍ର ବାର୍ତ୍ତା ଦେଇ ଏହା ଏକ ଐତିହାସିକ ପଦକ ବୋଲି କହିଛନ୍ତି।

- Advertisement -

ପ୍ରଧାନମନ୍ତ୍ରୀ ନିଜ ଏକ୍ସ’ ଆକାଉଣ୍ଟରେ ଲେଖିଛନ୍ତି, ‘ପ୍ୟାରିସ ଅଲିମ୍ପିକ୍ସରେ କାଂସ୍ୟ ପଦକ ଜିତିଥିବାରୁ ଶୁଭେଚ୍ଛା। ଏହା ଏକ ଐତିହାସିକ ପଦକ। ବହୁ ଭଲ କରିଛ। ପ୍ରଥମ ଭାରତୀୟ ମହିଳା ଭାବେ ଶୁଟିଂରେ ପଦକ ଜିତିଥିବାରୁ ଏହି ସଫଳତା ଅତ୍ୟନ୍ତ ସ୍ଵତନ୍ତ୍ର। ଏହା ଏକ ଅତୁଳନୀୟ ସଫଳତା।’

୨୨ ବର୍ଷୀୟା ମନୁ ଭାକର ପ୍ୟାରିସ ଅଲିମ୍ପିକ୍ସରେ ୧୦ ମିଟର ଏୟାର ପିସ୍ତଲ ପ୍ରତିଯୋଗିତାରେ କାଂସ୍ୟ ପଦକ ଜିତିଛନ୍ତି। ହରିୟାଣା ସରକାର ମଧ୍ୟ ମନୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories